Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅନନ୍ତ ଡିଏଭିରେ ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ପାଳିତ

Posted on October 4, 2025

ତାଳଚେର: ମହାନଦୀ କୋଲ୍ ଫିଲ୍ଡ଼ ଜଗନ୍ନାଥ କ୍ଷେତ୍ର ଅନ୍ତର୍ଗତ ଡିଏଭି ପବ୍ଲିକ୍ ସ୍କୁଲ, ଅନନ୍ତ ବିହାର ପରିସରରେ ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ପାଳିତ ହୋଇ ଯାଇଅଛି। ଉକ୍ତ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଶୁଭେନ୍ଦୁ ଶେଖର ବୋଷ୍ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ସହିତ ଭାରତ ମାତାର ସୁଯୋଗ୍ୟ ସନ୍ତାନ ମହାପୁରୁଷ ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପକରିଥିଲେ।ବିଦ୍ୟାଳୟର ଶିକ୍ଷୟିତ୍ରୀ କ୍ରିଷ୍ଣା ପାଣିଙ୍କ ଦ୍ଵାରା ମହାତ୍ମାଗାନ୍ଧୀଙ୍କ ଅତି ପ୍ରିୟ ରାମ ଧୂନ୍ ସୁଲଳିତ କଣ୍ଠରେ ଗାନ କରାଯାଇଥିଲା।ଶିକ୍ଷକ ସୁବ୍ରତ କୁମାର ପାଣିଙ୍କ ଦ୍ୱାରା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଜୀବନର କେତେକ ମହନୀୟ ଦିଗ ଉପରେ ଆଲୋକପାତ କରାଯାଇଥିଲା। ଅଧ୍ୟକ୍ଷ ମହୋଦୟ ଆପଣା ବକ୍ତବ୍ୟରେ ଗାନ୍ଧୀ ଓ ଶାସ୍ତ୍ରିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆମେ ସମସ୍ତେ ସତ୍ୟ, ଅହିଂସା ତଥା ତ୍ୟାଗକୁ ବରଣ କରି ଜୀବନର ଗତିପଥକୁ ଆଦର୍ଶୋଜ୍ଜ୍ୱଳ କରି ଗଢି ତୋଳିବା ପାଇଁ ପରାମର୍ଶ ପ୍ରଦାନ କରଥିଲେ ।ଶିକ୍ଷକ କରୁଣାକର ସାହୁ ମଞ୍ଚ ସଞ୍ଚାଳନ କରିଥିବା ବେଳେ ଶିକ୍ଷକ ଚିତ୍ତରଞ୍ଜନ କର ଧନ୍ୟବାଦ ଅର୍ପଣ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସ୍ଥାନୀୟ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀଗଣ ସହଯୋଗ କରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme