Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆକାଂକ୍ଷୀ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତି ପ୍ରସ୍ତର ସହ ସମୀକ୍ଷା କଲେ ମନ୍ତ୍ରୀ।

Posted on December 30, 2025

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଭଳି ଆଦିବାସୀ ଅଧ୍ୟୁଷିତ ଆକାଂକ୍ଷୀ ବ୍ଲକର ଆକାଂକ୍ଷା ପୂରଣ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର। ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତି ପ୍ରସ୍ତର ସ୍ଥାପନ ସହିତ ଏହାର ସମୀକ୍ଷା କରିଛନ୍ତି ରାଜ୍ୟ ସରକାରଙ୍କ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ। କଙ୍କଡ଼ାହାଡ଼ ବାଟଗାଁରେ ଆଦିସେବା କେନ୍ଦ୍ର ପରିଦର୍ଶନ, ଉର୍ବେଙ୍ଗୀରେ APC କ୍ଲଷ୍ଟର,କଙ୍କଡ଼ାହାଡ଼ରେ ପୂର୍ତ୍ତ ବିଭାଗ ବଙ୍ଗଳା, ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସହିତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଶୁଭ ଉଦଘାଟନ କରାଯାଇଛି। ଆଗାମୀ ଦୁଇ ବର୍ଷ ଭିତରେ କଙ୍କଡ଼ାହାଡ଼ ବ୍ଲକକୁ ରାଜ୍ୟର ଅନ୍ୟ ବ୍ଲକ ଭଳି ଏକ ବିକଶିତ ବ୍ଲକ କରିବା ପାଇଁ ସରକାର ପ୍ରତିଶୃତିବଦ୍ଧ। ଲୋକଙ୍କ ସରକାରରେ ବିକଶିତ ହେବାକୁ ଯାଉଛି ଆକାଂକ୍ଷୀ କଙ୍କଡ଼ାହାଡ଼ ବ୍ଲକ। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ପରଜଙ୍ଗ ବିଧାୟକ ବିଭୂତି ଭୂଷଣ ପ୍ରଧାନ, କାମାକ୍ଷାନଗର ବିଧାୟକ ଶତୃଘନ ଜେନା, ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ କଙ୍କଡ଼ାହାଡ଼ ବ୍ଲକ ପରିସର ଭିତରେ ଆୟୋଜିତ କାର୍ଯ୍ୟକ୍ରମରେ ମହିଳା ମାନଙ୍କୁ ସ୍ୱାବଲମ୍ବୀ ପାଇଁ ଦଧିଶ୍ଵରୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ୬ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ଆଦିବାସୀ ଲୋକଙ୍କୁ ଜଙ୍ଗଲ ଜମି ପଟା ମଧ୍ୟ ବଣ୍ଟନ କରାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme