Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜିଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ତିନି ଦେଶ ଗସ୍ତ

Posted on December 15, 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ତିନୋଟି ଦେଶ- ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତରେ ବାହାରିଛନ୍ତି । ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ଯ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ସମ୍ପର୍କର ସମୀକ୍ଷା କରିବେ ଏବଂ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ପ୍ରସଙ୍ଗଗୁଡ଼ିକ ଆଲୋଚନା କରିବେ । ଭାରତ-ଜୋର୍ଡାନ କୂଟନୈତିକ ସମ୍ପର୍କର ୭୫ ବର୍ଷ ପୂର୍ତ୍ତି ଅବସରରେ ଏହି ଗସ୍ତ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । 

ବାଣିଜ୍ୟ, ନିବେଶ, ଶକ୍ତି, ପ୍ରତିରକ୍ଷା ଏବଂ ନିରାପତ୍ତା ସମେତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ମଜବୁତ କରିବା ଉପରେ ଏଥିରେ ଧ୍ୟାନ ଦିଆଯିବ । ପ୍ରଧାନମନ୍ତ୍ରୀ ଜୋର୍ଡାନରେ ଥିବା ଭାରତୀୟ ସମୁଦାୟର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବେ, ପରେ ପ୍ରଧାନମନ୍ତ୍ରୀ ଇଥିଓପିଆ ଏବଂ ଓମାନ ଗସ୍ତ କରିବେ, ଯାହାର ଉଦ୍ଦେଶ୍ୟ ଆଫ୍ରିକା ଏବଂ ମଧ୍ୟପ୍ରାଚ୍ୟରେ ଭାରତର ସମ୍ପର୍କକୁ ଦୃଢ଼ କରିବା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme