Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜିଠୁ ବଢ଼ିବ ବର୍ଷା, ଦକ୍ଷିଣ ଓଡ଼ିଶାରେ ପ୍ରବଳ ଢାଳିବ

Posted on September 30, 2025

ମଙ୍ଗଳବାର ଅଷ୍ଟମୀରେ  ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି  ହୋଇପାରେ । ଏହାର ପ୍ରଭାବରେ ଉତ୍ତର  ଓଡ଼ିଶା ଓ ସଂଲଗ୍ନ ବଙ୍ଗୋପସାଗରରେ  ନବମୀରେ ଲଘୁଚାପ ସୃଷ୍ଟି ହେବାର  ସମ୍ଭାବନା ରହିଛି । ଏହା ପ୍ରଭାବରେ  ମଙ୍ଗଳବାରଠୁ ବର୍ଷା ବଢ଼ିବ । ଦକ୍ଷିଣ  ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।  ଉପକୂଳ ଓଡ଼ିଶାରେ ହାଲୁକାରୁ ସ୍ୱଳ୍ପ ବର୍ଷା  ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ  ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର  ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର  ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି,  କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,  କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି । ଏହି ଜିଲ୍ଲାର ଗୋଟିଏକୁ  ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ  କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟ,  ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ  ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ  କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ  ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବାର ସମ୍ଭାବନା ରହିଛି । ସେହିପରି ଦଶହରା  ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା,  କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି,  କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା,  ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି  ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି  ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର,  କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme