Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜିଠୁ ଯୁକ୍ତ ଦୁଇ ଆବେଦନ, ଡ୍ରପ୍‌ ଆଉଟ୍‌ ପିଲାଙ୍କ ପାଇଁ ନାମଲେଖା ସୁଯୋଗ

Posted on December 10, 2025

ଅଧାରୁ ପାଠପଢ଼ା ଛାଡ଼ି ରହିଥିବା ପିଲାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଯୋଜନା । ଏକାଦଶ ଶ୍ରେଣୀରେ ନାମ ଲେଖାଇବାରୁ ବଞ୍ଚିତ ହୋଇଥିବା ପିଲାଙ୍କୁ ସୁଯୋଗ ପ୍ରଦାନ କରାଯିବ । ଏଥିପାଇଁ ସ୍ୱତନ୍ତ୍ର ଭାବେ ଯୁକ୍ତ ଦୁଇ ଚତୁର୍ଥ ପର୍ଯ୍ୟାୟରେ ନାମଲେଖାଇ ହେବ । ବୁଧବାରଠୁ ସାମ୍‌ସ ୱେବ୍‌ସାଇଟ୍‌ରେ ନାମଲେଖା ଆବେଦନ ଆରମ୍ଭ ହେବ । ୧୪ ତାରିଖ ଯାଏ ଆବେଦନ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି, କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଯୁକ୍ତଦୁଇ ନାମଲେଖା ପାଇଁ ଚତୁର୍ଥ ପର୍ଯ୍ୟାୟ ନାମଲେଖା ହେବ । ସ୍କୁଲରୁ ଦୂରରେ ରହୁଥିବା ପିଲାଙ୍କୁ ନାମଲେଖାଇବାକୁ ସୁଯୋଗ ପ୍ରଦାନ କରାଯିବ । ବୁଧବାରଠୁ ୧୪ ତାରିଖ ମଧ୍ୟରେ ସାମ୍‌ସ ୱେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ କରାଯିବ । ୧୭ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ । ଏଥିରେ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୧୮ରୁ ୧୯ ତାରିଖ ମଧ୍ୟରେ ନାମ ଲେଖାଇବେ ।

୨୦ରୁ ୨୨ ତାରିଖ ମଧ୍ୟରେ ୱେଟିଂ ଲିଷ୍ଟରେ ଥିବା ଛାତ୍ରଛାତ୍ରୀମାନେ ପଞ୍ଜୀକରଣ କରିବେ । ୨୨ରେ ୱେଟିଂ ଲିଷ୍ଟରେ ଥିବା ପିଲାଙ୍କ ମେଧାତାଲିକା ପ୍ରକାଶ ପାଇବ । ଏହି ଛାତ୍ରଛାତ୍ରୀମାନେ ୨୩ରୁ ୨୪ ତାରିଖ ମଧ୍ୟରେ ନାମ ଲେଖାଇବେ । ଏନେଇ ସମସ୍ତ ସୂଚନା ସାମ୍‌ସ ୱେବ୍‌ସାଇଟ୍‌ www. samsodisha.gov.inରେ ଉପଲବ୍ଧ ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme