Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି

Posted on January 5, 2026

 ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି । ଶ୍ରୀନହର ପରିସରରେ ଆଜି ଗଜପତି ମହାରାଜଙ୍କ ରାଜାଭିଷେକ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁସାରେ ପୁଷ୍ୟା ନକ୍ଷତ୍ର ତିଥିରେ ଗଜପତି ମହାରାଜ ସିଂହାସନ ଆରୋହଣ କରିବା ସହ ଅଭିଷେକ ନୀତି କରାଯାଏ । ଗଜପତିଙ୍କ ପୁଷ୍ୟାଭିଷେକ ନୀତି ପାଇଁ ଆଜି ସନ୍ଧ୍ୟାରେ ଶ୍ରୀନହରରେ ବିଶେଷ ନୀତି କରାଯିବ ।

ଅଭିଷକ ନୀତି, ଶ୍ରୀନହରରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହେବ । ଦେବୀପ୍ରସାଦ ରାଜଗୁରୁ ଓ ସୁଧାଂଶୁ ରାଜଗୁରୁ ଏହି କାର୍ଯ୍ୟ ସମ୍ପାଦନ କରିବେ । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯିବ । ପରେ ବନ୍ଦାପନା କରାଯାଇ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯିବ । ଗଜପତି ତାଙ୍କର ପାରମ୍ପରିକ ବେଶରେ ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ତାଙ୍କୁ ନଡ଼ିଆ ଏବଂ ପଇତା ପ୍ରଦାନ କରିବା ସହିତ ଆଶୀର୍ବାଦ ଦେବେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme