Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

Posted on December 16, 2025

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି।  ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲିଭୋଗ ଲାଗି ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି । ଗୋପାଳବଲ୍ଲଭ ପରେ ପହିଲିଭୋଗ ନୀତି ସମ୍ପନ୍ନ ହେବ ।

ପହଲି ଭୋଗ ହେଉଛି ମହାପ୍ରଭୁଙ୍କର ଆଦ୍ୟ ଭୋଗ ଯାହା ବଡି ଭୋରୁ କାଉ କା କରିବା ପୂର୍ବରୁ ଲାଗି କରାଯାଏ । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମାନଙ୍କରେ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି। କଥିତ ଅଛି ଯେ, ଆଜିଠାରୁ ମାଆ ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ତେଣୁ ଶ୍ରୀମନ୍ଦିରରେ ମାଆ ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମାଆ ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି । ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ଯାଏଁ ପହଲିଭୋଗ ପ୍ରସ୍ତୁତ କରାଯାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme