Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

Posted on November 2, 2025

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୁଏ । ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଦରୁ ଉଠନ୍ତି । ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀରୁ ମହାପ୍ରଭୁ ଶୟନ କରିଥାନ୍ତି । ମହାପ୍ରଭୁଙ୍କ ଏହି ଉତଥାପନ ଏକାଦଶୀକୁ ବଡ଼ ଏକାଦଶୀ ବୋଲି କୁହାଯାଏ । ଏହି ଦିନରୁ ପଞ୍ଚକ ମଧ୍ୟ ଆରମ୍ଭ ହୋଇଥାଏ । ଶାସ୍ତ୍ର ମତରେ ବଡ଼ ଏକାଦଶୀ ଠାରୁ ଶୁଭ ସମୟ ଆରମ୍ଭ ହେଉଥିବାରୁ ସମସ୍ତ ମାଙ୍ଗଳିକ କାର୍ଯ୍ୟ ମଧ୍ୟ ଆରମ୍ଭ କରାଯାଏ । ୪ ମାସ ପରେ ଶୟନରୁ ଉଠୁଥିବା ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ସେଥିପାଇଁ ରତ୍ନସିଂହାସନରେ ଶ୍ରୀଜଗନ୍ନାଥଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୁଏ ।

ମସ୍ତକରେ ସୁବର୍ଣ୍ଣକିଆ ଠିଆ ଭାବରେ ଲାଗି ହେଉଥିବାରୁ ଏହି ବେଶକୁ ଠିଆକିଆ ବେଶ ମଧ୍ୟ କୁହାଯାଏ । ରାମାନୁଜଙ୍କର ଦର୍ଶନ ଅନୁଯାୟୀ ବ୍ରହ୍ମ ସଗୁଣ ଓ ସେ ନାରାୟଣ, ଲକ୍ଷ୍ମୀ ତାଙ୍କର ଶକ୍ତି । ଏହି ନ୍ୟାୟରେ ରାମାନୁଜ ଜଗନ୍ନାଥଙ୍କୁ ବ୍ରହ୍ମ ଭାବରେ ଦେଖିଥିବାରୁ ସେ ଲକ୍ଷ୍ମୀ ନାରାୟଣ ବେଶ ପ୍ରବର୍ତ୍ତନ କରିଥିଲେ ବୋଲି ଅନୁମାନ କରାଯାଏ । ଠାକୁରମାନଙ୍କର ଅବକାଶ ନୀତି ଶେଷ ହେବାପରେ ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଏହି ବେଶରେ ସଜ୍ଜିତ କରାଇଥାନ୍ତି । ଏହି ବେଶ ଥାଇ ଠାକୁରମାନଙ୍କର ଗୋପାଳ ବଲ୍ଲଭ, ସକାଳଧୂପ, ବାଳଭୋଗ ଓ ଭୋଗମଣ୍ଡପ ନୀତି ଆଦି ସମ୍ପନ୍ନ ହୁଏ ।

ଲକ୍ଷ୍ମୀନାରାୟଣ ବେଶରେ ସୁନାବେଶର ସମସ୍ତ ଅଳଙ୍କାର ଲାଗି ହୁଅନ୍ତି ମାତ୍ର ରାଜବେଶରେ ତିନିଗୋଟି ସୁନା କିରିଟ ଲାଗି ହୁଅନ୍ତି। ସେହିପରି କାର୍ତ୍ତିକ ମାସରେ ଅନୁଷ୍ଠିତ ରାଧାଦାମୋଦର ବେଶରେ ମହାପ୍ରଭୁ ହସ୍ତରେ ଶ୍ରୀଭୁଜ ଲାଗି ନହୋଇ ନଳୀଭୁଜ ଲାଗି ହୁଅନ୍ତି, ଏହି ନଳୀଭୁଜର ଶୀର୍ଷ ଦେଶରେ ଆୟୁଧର ଚିହ୍ନ ରହିଥାଏ । ମାତ୍ର ଲକ୍ଷ୍ମୀନାରାୟଣ ବେଶରେ ମହାପ୍ରଭୁ ଆୟୁଧ ଲାଗି ହୁଅନ୍ତି । ଶ୍ରୀଜଗନ୍ନାଥ ବାମ ହସ୍ତରେ ଶଙ୍ଖ ଓ ଡାହାଣ ହସ୍ତରେ ଚକ୍ର ଧରିଥାନ୍ତି । ବଳଭଦ୍ର ହଳ ଓ ମୂଷଳ ଧାରଣ କରନ୍ତି । ସୁଭଦ୍ରାଙ୍କ ବେଶରେ କିଛି ପରିବର୍ତ୍ତନ ହୁଏ ନାହିଁ କେବଳ ମସ୍ତକରେ ଠିଆକିଆ ଶୋଭାପାଏ । ଏହି ଠିଆକିଆ ଗୁଡ଼ିକୁ ଧରି ରଖିବା ପାଇଁ ଏକ ବଳା ମୁଖମଣ୍ଡଳରେ ଲାଗେ । ଠାକୁରମାନେ ପାଟବସ୍ତ୍ରରେ ସୁସଜ୍ଜିତ ହୋଇ ସୁବର୍ଣ୍ଣ ଅଳଙ୍କାରମାନ ଲାଗି ହୋଇ ଅତ୍ୟନ୍ତ ସୁନ୍ଦର ଦେଖାଯାଆନ୍ତି ।

ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ନିମ୍ନଲିଖିତ ଅଳଙ୍କାରମାନ ମାନ ଲାଗିହୁଏ

୧. ତ୍ରିସାଖା, ୨. ସୂର୍ଯ୍ୟ ଚନ୍ଦ୍ର ,୩. ତିଳକ , ୪. ତଡକୀ , ୫. କର୍ଣ୍ଣ କୁଣ୍ଡଳ , ୬. ସ୍ବର୍ଣ୍ଣ ଶ୍ରୀଭୁଜ, ୭. ହଳ , ୮. ମୁଷଳ, ୯. ଚକ୍ର , ୧୦. ଶଙ୍ଖ ,୧୧. ଅଳକା , ୧୨. କଦମ୍ବ ମାଳି , ୧୩. ହରିଡ଼ା ମାଳି , ୧୪. ବାହାଡ଼ା ମାଳି , ୧୫. ତାବିଜ ମାଳି ,୧୬. ବାଘ ନଖି ମାଳି , ୧୭. ସେବତୀ ମାଳି , ୧୯. ଓଡ଼ିଆଣି , ୨୦. ଟୋପର, ୨୧. ସ୍ବର୍ଣ୍ଣ କିଆ

ପୂର୍ବେ ରାମାନୁଜ ସଂପ୍ରଦାୟର ଏମାର ମଠ , ଶ୍ରୀ ରାମ ଦାସ ମଠ , ଉତ୍ତର ପାର୍ଶ୍ୱ ମଠ , ସିଦ୍ଧ ମଠ , ରାଘବ ଦାସ ମଠ ମାନଙ୍କର ମହନ୍ତ ଆସି ଶ୍ରୀଜୀଉଙ୍କ ସମ୍ମୁଖରେ ଶ୍ରୀମନ୍ ନାରାୟଣ ସ୍ତୋତ୍ରମ ପାଠ କରୁଥିଲେ। ଏହି ମନ ମୁଗ୍ଧକର ବେଶ ଦର୍ଶନ କରିବାକୁ ଲକ୍ଷ ଲକ୍ଷ ଭକ୍ତ ଶ୍ରୀ ମନ୍ଦିରରେ ଦର୍ଶନ କରିଥାନ୍ତି। ଭୋଗ ମଣ୍ଡପ ଶେଷ ହେବା ପରେ ଏହି ବେଶ ମଇଲମ ହୋଇ ମଧ୍ୟାହ୍ନ ଧୂପ ହୋଇଥାଏ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme