Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ଲଘୁଚାପ ନେବ ଅବପାତ ରୂପ, ୨୭ରେ ବାତ୍ୟା

Posted on November 25, 2025

ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୨୭ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତ ହେବ । ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଉପରେ ବାତ୍ୟା ରୂପ ନେବ । ଏହା ଉତ୍ତର- ପୂର୍ବ ଦିଗରେ ଗତି କରି ବାଂଲାଦେଶ ଆଡ଼କୁ ଯିବ । ସମୁଦ୍ର ଭିତରେ ବାତ୍ୟା ସୃଷ୍ଟି ହୋଇ ସମୁଦ୍ର ଭିତରେ ହିଁ ଦୁର୍ବଳ ହୋଇଯିବ । ୨ ବା ୩ ତାରିଖରେ ବାଂଲାଦେଶରେ ପହଞ୍ଚିବା ବେଳକୁ ଏହା ସମ୍ପୂର୍ଣ୍ଣ ଦୁର୍ବଳ ହୋଇ ସାରିଥିବ । ବିଭିନ୍ନ ପାଣିପାଗ ମଡେଲ ଏଭଳି ପୂର୍ବାନୁମାନ ଦେଖାଉଛନ୍ତି ।

ଆଇଏମ୍‌ଡ଼ି ଆକଳନ ଅନୁସାରେ, ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନସାଗର ଉପରେ ବାତ୍ୟା ସୃଷ୍ଟି ହେବ । ୨୮ ତାରିଖ ଯାଏ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । କିନ୍ତୁ ଓଡ଼ିଶାକୁ କୌଣସି ବର୍ଷା ସତର୍କତା ଦିଆଯାଇନି।

ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପରେ କୌଣସି ପ୍ରଭାବ ପକାଇବନି ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । କମୋରିନ୍ ବା କନ୍ୟାକୁମାରୀ ଉପରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ମଙ୍ଗଳବାର କମୋରିନ୍, ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପରେ ଲଘୁଚାପ ସୃଷ୍ଟି ହେବ । ଏହା ଅଧିକ ଘନୀଭୂତ ହୋଇପାରେ ବୋଲି ଆଇଏମ୍ଡି ପୂର୍ବାନୁମାନ କରିଛି । ଜିଏଫଏସ୍ ମଡେଲ ଅନୁସାରେ, ମଲାକ୍କା ଉପରେ ଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାର ଅବପାତରେ ପରିଣତ ହେବ । ଅବପାତ ସୃଷ୍ଟି ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ମୁହାଁଇବ । ପରେ ଏହା ଉତ୍ତର ପୂର୍ବ ଦିଗକୁ ମୁହାଁଇ ୨ ବା ୩ ତାରିଖ ବେଳକୁ ଦକ୍ଷିଣ ବାଂଲାଦେଶ ଉପକୂଳରେ ପହଞ୍ଚିବ । ସେତେବେଳକୁ ବାତ୍ୟା ଦୁର୍ବଳ ହୋଇ ସାରିଥିବ ।

ଇସିଏମ୍‌ଡବ୍ଲ୍ୟୁଏଫ୍ ମଡେଲ କହୁଛି, ୨୫ ତାରିଖରେ ଅବପାତ ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ପହଞ୍ଚିବ । ୨୯ ତାରିଖ ସୁଦ୍ଧା ଏହା କ୍ରମଶଃ ଦୁର୍ବଳ ହୋଇ ସାରିଥିବ । ସେହିଭଳି କମୋରିନ୍ ଉପରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଆସନ୍ତା ୧ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିପାରେ । ଏହା ବି ସମୁଦ୍ର ଭିତରେ ଦୁର୍ବଳ ହୋଇଯିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme