Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ, ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ହେବ ଅନୁଷ୍ଠିତ

Posted on January 13, 2026
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଏହାସହ ଧନୁ ସଂକ୍ରାନ୍ତିରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ପହିଲି ଭୋଗର ଅନ୍ତିମ ଦିବସ । ଆଜି ସନ୍ଧ୍ୟା ଆଳତି ବେଶରେ ମାଳଚୂଳ ମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରଙ୍କୁ ଲାଗି କରାଯବ । ସେହିପରି ବଡ଼ସିଂହାର ବେଶରେ ସୋଲ, ଜରି , କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୁଷଳ,କୁଣ୍ଡଳ ଇତ୍ୟାଦି ଜଗନ୍ନାଥ ,ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯିବ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ, ଶଙ୍ଖ,ଚକ୍ର,ହଳ,ମୁଷଳ ଇତ୍ୟାଦି ଧାରଣ କରିବେ । ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ନବାଙ୍କ ବେଶରେ ଠାକୁରଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲର ମାଳରେ ସୁସଜ୍ଜିତ କରାଯାଏ ।

ବଡ଼ସିଂହାର ବେଶରେ ଦେବତା ମାନଙ୍କୁ ଅଳଙ୍କୃତ କରୁଥିବା ଚିତା,ଗୁଣା,କରପଲ୍ଲବ,ଅଧରମାଳା ଓ ଶ୍ରୀପୟର ମାଳା ମଧ୍ୟ ଗେଣ୍ଡୁ ଫୁଲରେ ନିର୍ମିତ ହୋଇଥାଏ । ହୃଦ ପଦକରେ ଗେଣ୍ଡୁ ଫୁଲ ସହିତ ଗୋଲାପ ଫୁଲର ସମ୍ମିଶ୍ରଣ ଘଟିଥାଏ । ଆଉ ଏ ବେଶ ପାଇଁ ଗେଣ୍ଡୁଫୁଲର ମାଳାକୁ ପ୍ରସ୍ତୁତ କରିଥାନ୍ତି ବଡ ଓଡିଆ ମଠର ମହନ୍ତ ଓ ତାଙ୍କ ଶିଷ୍ୟ । ହଜାର ହଜାର ଗେଣ୍ଡୁଫୁଲ, କୁସୁମ ଫୁଲ ଓ ତୁଳସୀରେ ପ୍ରସ୍ତୁତ ଏହି ମାଳାକୁ ବଡ ଓଡ଼ିଆ ମଠ ତରଫରୁ ଶ୍ରୀମନ୍ଦିରକୁ ପ୍ରଦାନ କରାଯାଇଥାଏ । ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ୧୬ ହାତ ଲମ୍ବର ମାଳ,ବଡଭାଇ ବଳଭଦ୍ରଙ୍କ ପାଇଁ ୧୪ହାତ ଓ ଭଉଣୀ ସୁଭଦ୍ରାଙ୍କ ପାଇଁ ୧୨ହାତ ଲମ୍ବର ମାଳ ଶ୍ରୀମନ୍ଦିରକୁ ବଡ ଓଡ଼ିଆ ମଠ ତରଫରୁ ପ୍ରଦାନ କରାଯାଇଥାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme