Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଫଗାନିସ୍ତାନରେ ଭୂକମ୍ପ ଝଟକା , ୨୦ ମୃତ୍ୟୁ, ୧୫୦ ଆହତ

Posted on November 3, 2025

ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକା । ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ଏହି ଭୂକମ୍ପରେ ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଖୁଲମରୁ ୨୨ କିଲୋମିଟର ପଶ୍ଚିମ-ଦକ୍ଷିଣ ପଶ୍ଚିମରେ ୨୮ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା ।

ସ୍ବାସ୍ଥ୍ୟ ବିଭାଗର ପ୍ରବକ୍ତା ସମୀମ ଜୋୟନ୍ଦା କହିଛନ୍ତି, ଆଜି ସକାଳ ସମୟରେ ୨୦ ଜଣଙ୍କ ମୃତ୍ୟୁ ଖବର ମିଳିଥିଲା । ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।
USGS ଅନୁଯାୟୀ, ସୋମବାର ସ୍ଥାନୀୟ ସମୟ ୧୨.୫୯ ମିନିଟରେ ଭୂମିକମ୍ପ ହୋଇଥିଲା । ଏହି ସମୟରେ ଅଧିକାଂଶ ଲୋକ ଶୋଇଥିଲେ । ଯେତେବେଳେ ହଠାତ୍ ଭୂମିକମ୍ପ ହୋଇଥିଲା ସେମାନେ ହଠାତ୍ ଭୟଭୀତ ହୋଇଯାଇଥିଲେ । ଘର ବାହାରୁକୁ ଆସିଯାଇଥିଲେ ।

ସୂଚନାଯୋଗ୍ୟ, ୩୧ ଅଗଷ୍ଟ ୨୦୨୫ରେ, ପାକିସ୍ତାନ ସୀମା ନିକଟର ପୂର୍ବ ଆଫଗାନିସ୍ତାନରେ ୬.୦ ତୀବ୍ରତାର ଏକ ଭୂମିକମ୍ପ ହୋଇଥିଲା । ଯେଉଁଥିରେ ୨,୨୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା । ୨୨ ଅକ୍ଟୋବରରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଭୂମିକମ୍ପ ହୋଇଥିଲା । ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ୫.୧ ତୀବ୍ରତାର ସୂଚନା ଦେଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme