Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆରମ୍ଭ ହେବ କ୍ୟାମ୍ପସ କଲିଂ, ମ‌ନୋନୀତ ହେବେ ୪ଜଣ କ୍ୟାମ୍ପସ ରାଷ୍ଟ୍ରଦୂତ

Posted on November 16, 2025

ଉଚ୍ଚ ଶିକ୍ଷାନୁଷ୍ଠାନରେ ମହିଳାଙ୍କ ପ୍ରତି ବଢ଼ୁଥିବା ‌ଯୌନ ନିର୍ଯାତନା ନେଇ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ଚିନ୍ତାପ୍ରକଟ କରିଛନ୍ତି। କ୍ୟାମ୍ପସରେ ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ସେମାନେ ଯେପରି ନିର୍ଭୟରେ କ୍ୟାମ୍ପସରେ ଚଳପ୍ରଚଳ କରିପାରିବେ ସେଥିପ୍ରତି ପ୍ରାଥମିକତା ଦେବାକୁ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ କୁହାଯାଇଛି। ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ମହିଳାଙ୍କ ପ୍ରତି ଯୌନ ନିର୍ଯାତନା(ନିବାରଣ, ନିଷେଧ ଓ ପ୍ରତିକାର) ଆଇନ, ୨୦୧୩(ପୋସ୍‌ ଆଇନ)ର ପ୍ରଭାବଶାଳୀ କାର୍ଯ୍ୟକାରିତା ନେଇ ୟୁଜିସି ନିର୍ଦ୍ଦେଶ ଦେଇଛି।

ଏଥିସହ ଜାତୀୟ ମହିଳା ଆୟୋଗ ଓ ଯୁବମନ୍ଥନ ସହାୟତାରେ କ୍ୟାମ୍ପସ କଲିଂ ଅଭିଯାନ କରିବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ସେତିକି ନୁହେଁ, ସମସ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ନିୟମାବଳୀ ଜାରି ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷାନୁଷ୍ଠାନରେ ମହିଳା ସଶକ୍ତୀକରଣ, ଲିଙ୍ଗଗତ ସଚେତନତା ଓ ‘ପୋସ୍ ୨୦୧୩’ ସମ୍ପର୍କରେ ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କୁ ତାଲିମ ତଥା ସଚେତନ କରାଯିବ। ପ୍ରତି ଉଚ୍ଚ ଶିକ୍ଷାନୁଷ୍ଠାନରେ ୪ଜଣ କ୍ୟାମ୍ପସ ରାଷ୍ଟ୍ରଦୂତ ମନୋନୀତ ହେବେ। ଏପଟେ କୁହାଯାଇଛି, ସମସ୍ତ କଲେଜ, ବିଶ୍ବବିଦ୍ୟାଳୟ ଓ ଉଚ୍ଚ ଶିକ୍ଷାନୁଷ୍ଠାନରେ ଆଇସିସି ଗଠନ ବାଧ୍ୟତାମୂଳକ। ଆଇସିସି ସଦସ୍ୟଙ୍କ ଫୋନ୍‌ ନମ୍ବର ଆଦି ତଥ୍ୟ ‌ଶିକ୍ଷାନୁଷ୍ଠାନ ୱେବ୍‌ସାଇଟ୍‌ରେ ରହିବ। ଏସବୁ କ୍ୟାମ୍ପସର ପ୍ରମୁଖ ସ୍ଥାନରେ ଲଗାଯିବ। କୋଠା ନିକଟରେ ଅଭିଯୋଗ ବାକ୍ସ ରହିବ। ‌

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme