Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…

Posted on January 17, 2026

ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା । ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ଏଥିପାଇଁ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି ସେକ୍ସନ କରାଯାଇଛି ।

ଏଥିରେ ୩୨ ଜଣ ପକ୍ଷୀ ବିଶେଷଜ୍ଞ, ୩୮ ଜଣ କ୍ଷେତ୍ରସ୍ଥଳର ଅଧିକାରୀ ଏବଂ କର୍ମଚାରୀ ସାମିଲ ହେବେ ବୋଲି କହିଛନ୍ତି ଡିଏଫଓ ଅଂଶୁପ୍ରଜ୍ଞା ଦାସ । ନଭେମ୍ବର ମାସରୁ ହୀରାକୁଦକୁ ହଜାର ହଜାର ପକ୍ଷୀ ଆସିଥାନ୍ତି । ପକ୍ଷୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥାଏ । ହୀରାକୁଦରେ ଭାରତର ଇଗ୍ରେଟସ, ହେରନ୍ତି, କର୍ମୋମୋରା, ଲାଫଷ୍ଟିଙ୍ଗ ପ୍ରଭୃତି ପ୍ରଜାତିର ପକ୍ଷୀ ଆସନ୍ତି ।

ଶୀତ ଋତୁରେ ଆସୁଥିବା ପରିବ୍ରାଜକ ପକ୍ଷୀଙ୍କ ମଧ୍ୟରେ ଋଷର ସାଇବେରିଆ, କେନ୍ଦ୍ରୀୟ ଏସିଆର ପିଣ୍ଟଲ, ସୋଭଲର, ଟିଲ, ପୋଚାର୍ଡ, ମଙ୍ଗୋଲିଆ ଆଦି ପ୍ରଜାତିର ପକ୍ଷୀ ରହିଛନ୍ତି । ଗତବର୍ଷ ହୀରାକୁଦକୁ ରେକର୍ଡ ୧୨୨ ପ୍ରଜାତିର ୩ ଲକ୍ଷ ୭୭ ହଜାର ୭୩୨ ପକ୍ଷୀ ଆସିଥିଲେ । ଏଥର ପକ୍ଷୀ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme