Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ କମିବ ବର୍ଷା

Posted on October 4, 2025

ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲ ପୂର୍ବାନୁମାନ କରିଛନ୍ତି ।

ଆଇଏମ୍‌ଡି ଜିଏଫ୍‌ଏସ୍‌ ମଡେଲ କହୁଛି, ୫ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର-ଉତ୍ତର ପଶ୍ଚିମ ମୁହାଁ ହୋଇ ଉତ୍ତର ବଙ୍ଗୋପସାଗର ଆଡ଼କୁ ମୁହାଁଇବ । ୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏନ୍‌ସିଇପି-ଜିଏଫ୍‌ଏସ୍‌ ମଡେଲ ମଧ୍ୟ ଏହି ଆକଳନକୁ ଦୋହରାଇଛି । ତେବେ ୧୦ ତାରିଖ ବେଳକୁ ଏହି ଲଘୁଚାପ ହେବ ବୋଲ ଭାରତ ଫୋରକାଷ୍ଟ ସିଷ୍ଟମ୍‌ ଓ ଏନସିୟୁଏମ୍‌ ସେମାନଙ୍କ ମଡେଲ ଆଧାରରେ ପୂର୍ବାନୁମାନ କରିଛନ୍ତି ।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ୯ତାରିଖରୁ ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ନିଜ ବିସ୍ତାରିତ ଆକଳନରେ ଦର୍ଶାଇଛି । ଆସନ୍ତା ୯ରୁ ୧୫ ତାରିଖ ଯାଏ ପୂର୍ବ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଏଥିରେ ଆକଳନ କରାଯାଇଛି ।

ସେପଟେ ଦକ୍ଷିଣ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ରାଜ୍ୟର ଅନେକ ସ୍ଥାନରେ ବାଦଲଫଟା ବର୍ଷା ହୋଇଛି । ଗୁରୁବାର ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସୁଦ୍ଧା କଳାହାଣ୍ଡିର ଟି ରାମପୁରରେ ସର୍ବାଧିକ ୩୫୨ମିମି ବର୍ଷା ରେକର୍ଡ ହୋଇଛି । ଗଜପତି ଆର୍‌ ଉଦୟଗିରିରେ ୨୯୧ ମିମି, ଗୁମ୍ମାରେ ୨୧୧ ଓ କଳାହାଣ୍ଡି ଜୁନାଗଡ଼ରେ ୨୧୦ମିମି ବର୍ଷା ଢାଳିଛି । ନୂଆପଡ଼ା କୋମନାରେ ୧୯୭ମିମି, ଗଜପତି ଗୋଷାଣୀରେ ୧୭୪, ନୂଆଗଡ଼ରେ ୧୬୫, କନ୍ଧମାଳ କୋଟଗଡ଼ରେ ୧୫୧, ଗଜପତି ମହେନ୍ଦ୍ରଗଡ଼ରେ ୧୪୬, କୋରାପୁଟ ଲମତାପୁଟରେ ୧୪୧, କନ୍ଧମାଳ ଦାରିଙ୍ଗିବାଡ଼ିରେ ୧୩୭, କଳାହାଣ୍ଡି ନର୍ଲାରେ ୧୩୬, କୋରାପୁଟ ସିମିଳୁଗୁଡ଼ାରେ ୧୩୧ ମିମି ବର୍ଷା ହୋଇଛି ।

ଅବପାତ କ୍ରମଶଃ ଦୁର୍ବଳ ହେଉଥିବାରୁ ରାଜ୍ୟରେ ବର୍ଷା କମିବ । ଶନିବାର ନବରଙ୍ଗପୁର ଓ ନୂଆପଡ଼ାର ବିକ୍ଷିପ୍ତ ସ୍ଥାନରେ ଅଧିକ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫ରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ଅଛି ।

ସେପଟେ ଉତ୍ତର ପୂର୍ବ ଆରବସାଗରରେ ବାତ୍ୟା ‘ଶକ୍ତି’ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେଇପାରେ । ଓଡ଼ିଶା ଉପରେ ଏହାର ପ୍ରଭାବ ରହିବନି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme