Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆହୁରି ମାସେ ପାଇଁ PUCC ଅବଧି ବୃଦ୍ଧି କଲେ ସରକାର

Posted on December 31, 2025

ଗାଡ଼ି ଚାଳକଙ୍କୁ ମିଳିଳା ଆଶ୍ୱସ୍ତି । ଆହୁରି ମାସେ ପିୟୁସିସି ଅବଧି ବୃଦ୍ଧି କଲେ ସରକାର । ବୁଧବାର ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପିୟୁସିସି ଅବଧି ବୃଦ୍ଧି କରାଯାଇଛି । ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧ ଏପ୍ରିଲରୁ ପିୟୁସି ସାର୍ଟିଫିକେଟ୍ ନଥିଲେ ଆକ୍ସନ ନେବେ ସରକାର । ମାର୍ଚ୍ଚ ୩୧ ସୁଦ୍ଧା ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ କହିଲେ ପରିବହନ ମନ୍ତ୍ରୀ ।

​​​​​​​ସେପଟେ ମନ୍ତ୍ରୀ କହିଛନ୍ତି, ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି । ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ୱାନ କରୁଛୁ । ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ସେମାନଙ୍କୁ ଅଗ୍ରାଧିକାର ଦେବୁ । କହିରଖୁଛୁ ଯେ, ପୂର୍ବରୁ ଫେବ୍ରୁଆରୀ ପହିଲା ଯାଏଁ ଗାଡ଼ିର ବୈଧ କାଗଜପତ୍ର କରାଇନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଅବଧି ଭିତରେ RC, ଫିଟନେସ୍, ପିୟୁସି, ବୀମା ଆଦି କରାଇନେବାକୁ କୁହାଯାଇଥିଲା । ବର୍ତ୍ତମାନ ଏହି ସମୟକୁ ଆହୁରି ମାସେ ପାଇଁ ବୃଦ୍ଧି କରାଯାଇଛି । ଫେବ୍ରୁଆରୀ ପୂର୍ବରୁ ଜାନୁଆରୀରୁ ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ବର୍ତ୍ତମାନ ଗାଡ଼ିର ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅବଧି ବୃଦ୍ଧି କରାଯାଇଛି । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ, ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନଥିବା ଗାଡ଼ି ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନ ହୋଇ ସୁବିଧାରେ ଯାଞ୍ଚ କରାଇବେ ବୋଲି ଆଶା କରାଯାଉଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme