Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆହୁରି ୩ ଡିଗ୍ରୀ ଖସିବ ପାରଦ

Posted on November 12, 2025

ରାଜ୍ୟରେ ପୁଣି ୩ ଡିଗ୍ରୀ କମିବ ପାରଦ । ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ କମିପାରେ । ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ଶୀତ ଲହରୀ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ସର୍ବନିମ୍ନ ୯.୫ ଡିଗ୍ରୀ ରେକର୍ଡ ହୋଇଛି । ଫୁଲବାଣୀରେ ୧୧, ଝାରସୁଗୁଡ଼ାରେ ୧୧.୧, ଭଦ୍ରକରେ ୧୧.୪, ରାଉରକେଲାରେ ୧୨.୯, କୋରାପୁଟରେ ୧୩, ସୁନ୍ଦରଗଡ଼ରେ ୧୩.୨, କେନ୍ଦୁଝରରେ ୧୩.୪, ଢେଙ୍କାନାଳ ଓ ଅନୁଗୁଳରେ ୧୩.୬, ଭବାନୀପାଟଣାରେ ୧୪.୮ ଓ ନବରଙ୍ଗପୁରରେ ୧୫ ଡିଗ୍ରୀ ରେକର୍ଡ ହୋଇଛି । ବୁଧବାର ରାତିରେ ଫୁଲବାଣୀ, ସୁନ୍ଦରଗଡ଼, ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ ୧୦ ଡିଗ୍ରୀ ରହିବ । କେନ୍ଦୁଝର ଓ ଅନୁଗୁଳରେ ୧୨ ଡିଗ୍ରୀ, ଢେଙ୍କାନାଳ, କୋରାପୁଟ ଓ ଭଦ୍ରକରେ ରାତି ତାପମାତ୍ରା ୧୩ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଗୁରୁବାର ରାତିରେ ଫୁଲବାଣୀରେ ରାତି ତାପମାତ୍ରା ୧୦ ଡିଗ୍ରୀ ରହିବ । ଝାରସୁଗୁଡ଼ା, ଅନୁଗୁଳ ଓ ରାଉରକେଲାରେ ୧୧ ଡିଗ୍ରୀ ରହିପାରେ । ଶୁକ୍ରବାର ରାତିରେ ଫୁଲବାଣୀରେ ୧୦ ଡିଗ୍ରୀ ଓ ଶନିବାର ରାତିରେ ଫୁଲବାଣୀରେ ୯ ଡିଗ୍ରୀକୁ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୬.୩ ଡିଗ୍ରୀ କମି ୧୧.୬ ଡିଗ୍ରୀ ରେକର୍ଡ ହୋଇଥିଲା । ସୋମବାର ଏହା ପୁଣି କମି ୧୧.୧ଡିଗ୍ରୀ ରେକର୍ଡ ହୋଇଛି । ଗତ ୫ ଦିନରେ ଝାରସୁଗୁଡ଼ାରେ ରାତି ତାପମାତ୍ରା ୫.୮ ଡିଗ୍ରୀ ଖସିଲାଣି । ସମ୍ବଲପୁର ଓ ହୀରାକୁଦରେ ୧୫.୬, ଭୁବନେଶ୍ୱରରେ ୧୬.୨, ବାଲେଶ୍ୱରରେ ୧୭.୮, ପାରାଦୀପରେ ୧୮.୭, ଗୋପାଳପୁରରେ ୧୮.୮, ଚାନ୍ଦବାଲିରେ ୧୯.୨ ଓ ପୁରୀରେ ୨୦.୫ ଡିଗ୍ରୀ ରେକର୍ଡ ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme