Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା

Posted on January 28, 2026

ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଜିତ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଗଭୀର ଶୋକବ୍ୟକ୍ତ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହିତ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଓ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗଭୀର ଶୋକ ପ୍ରକାଶ କରିବା ସହ ଏହାକୁ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଅଜିତଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ।

ଅଜିତ ପାୱାର ନିଜ ବିମାନରେ ଏକ ନିର୍ବାଚନ ପ୍ରଚାର ପାଇଁ ଯାଉଥିବା ବେଳେ ଅବତରଣ ବେଳେ ବିମାନଟି ଦୁର୍ଘଟଣାର ଶିକାର ହୋଇଛି । ବିମାନରେ ଥିବା ସମସ୍ତ ଲୋକଙ୍କ ମୃତ୍ୟୁ ହୋଇଛି । ଅଜିତ ପାୱାରଙ୍କ ପତ୍ନୀ ସୁନିତ୍ରା ପାୱାର ଏବଂ ପୁଅ ପାର୍ଥ ପାଓ୍ବାର ଦିଲ୍ଲୀରୁ ବାରାମତି ପାଇଁ ବାହାରିଛନ୍ତି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme