Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଟକରେ ଶାନ୍ତିଶୃଙ୍ଖଳା ବଜାୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅପିଲ…

Posted on October 6, 2025

କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କମିଶନର ଏସ. ଦେବଦତ୍ତ ସିଂ ରବିବାର ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି କର୍ଫ୍ୟୁ ଦରଘା ବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗୁ ହେବ, ଯାହା ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ-୨, ମାଲଗୋଦାମ, ବାଦାମବାଡ଼ି, ଜଗତପୁର, ବୟାଳିଶ ମୌଜା ଓ ସଦର ଥାନା ଅଞ୍ଚଳକୁ ଅନ୍ତର୍ଭୁକ୍ତ କରୁଛି।

ଏହି ସମୟରେ କଟକରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅପିଲ କରିଛନ୍ତି। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର, ହେଲେ କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି। ତେବେ କଟକର ଗୌରବକୁ ଅକ୍ଷୂଣ୍ଣ ରଖିବା ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme