Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଟକ ସହରରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁକଟକ ସହରରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ; କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ପୋଲିସ କମିଶନରକଟକ ସହରରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ

Posted on October 6, 2025

କଟକରେ କର୍ଫ୍ୟୁ । ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଜାରି  କଲା କମିଶନରେଟ ପୋଲିସ।  ରବିବାର ରାତି ୧୦ଟାରୁ ଏହି କଟକଣା ଜାରି କରାଯାଇଛି। କଟକର ୧୩ ଟି ଥାନା ଅଞ୍ଚଳରେ ଲାଗିଲା କର୍ଫ୍ୟୁ କଟକଣା।    ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ୩୬ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି।

ଦରଘା ବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଏହା ଲାଗୁ ହୋଇଛି।ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ୍‌-୨, ମାଲଗୋଦାମ, ବାଦାମବାଡ଼ି, ଜଗତପୁର, ବୟାଳିଶ ମୌଜା ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଛି। ତେବେ ଏହି କର୍ଫ୍ୟୁ ସମୟରେ ଜରୁରୀ ସେବା ଜାରି ରହିବ ବୋଲି ପୋଲିସ କମିଶନର କହିଛନ୍ତି।ଉପଦ୍ରବକାରୀଙ୍କୁ କୌଣସି ଭାବେ ବରଦାସ୍ତ କରାଯିବ ନାହିଁ। ଯେକୌଣସି ଉପଦ୍ରବ କଲେ ତୁରନ୍ତ ବଳ ପ୍ରୟୋଗ ସହ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ଚେତାବନୀ ଦେଇଛନ୍ତି।

ସେହିପରି କଟକ  ସହରରେ ୨୪ ଘଣ୍ଟା ଇଣ୍ଟରନେଟ  ସେବା ବନ୍ଦ କରାଯାଇଛି। ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା ୭ଟା ଯାଏ ନିଷ୍ପତ୍ତି ବଳବତ୍ତର ରହିବ ବୋଲି ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ହ୍ବାଟ୍ସଆପ, ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଭଳି ଅନେକ ସାମାଜିକ ଗଣମାଧ୍ୟମ ଆପଗୁଡ଼ିକ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ସିଡିଏ, ସିଏମସି ଏବଂ ବୟାଳିଶିମୌଜା ଅଞ୍ଚଳ ପାଇଁ ଏହି କଟକଣା ଲାଗୁ କରାଯାଇଛି।

ସେହିପରି ସମ୍ବେଦନଶୀଳ ଅଞ୍ଚଳରେ ଧାରା ୧୬୩ ଜାରି ହୋଇଛି। ଅର୍ଦ୍ଧ ସାମରିକ ବାହିନୀ ସହ ଦଙ୍ଗା ନିୟନ୍ତ୍ରଣ ଗାଡ଼ି ମୁତୟନ କରାଯାଇଛି। ସହରରେ ଭିଡ଼ ନ କରିବାକୁ ପୋଲିସ ଅପିଲ୍ କରିଛି। ନିୟମ ନ ମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି।

ଦଶହରା ଭସାଣ ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗଣ୍ଡଗୋଳ ଘଟଣା ପ୍ରତିବାଦରେ ସୋମବାର ସହରରେ ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଏହାକୁ ନେଇ ରବିବାର ବିଭିନ  ସଙ୍ଗଠନ ପକ୍ଷରୁ  କଟକରେ ରାଲି ଆୟୋଜିତ ହୋଇଥିଲା । ରାଲି ପାଇଁ ପୋଲିସ ଅନୁମତି ନଥିଲା । ଅନୁମତି ନଥିବାରୁ ରାଲିକୁ ଦରଘା ବଜାର ନିକଟରେ ଅଟକାଇଥିଲା ପୋଲିସ । ଏହାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। ତେବେ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସ ଲାଠିଚାର୍ଜ  କରିଥିଲା। ଏପରିକି ପୋଲିସ ପକ୍ଷରୁ ଲୁହ ଵୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା।  ଉତ୍ତେଜନା ବେଳେ କଟକ ଡିସିପିଙ୍କ ସହ ୬ ପୋଲିସ କର୍ମୀ ଆହତ ହୋଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme