Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି…

Posted on February 11, 2026

ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା ଦେଇ ଶିକ୍ଷା ନିର୍ଦ୍ଦେଶକ ବୀରେନ୍ଦ୍ର କୋରକୋରା ପ୍ରକାଶ କରିଛନ୍ତି, ୧୯୯୩ ମସିହା ନିଯୁକ୍ତି ନିୟମ ଅନୁଯାୟୀ ଜୁନିଅର ଏସ୍‌ଇଏସ୍‌ମାନଙ୍କୁ ପଦୋନ୍ନତି ଦିଆଯାଇଛି।
୩୦ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କଠାରୁ ପଦୋନ୍ନତିପ୍ରାପ୍ତ ଶିକ୍ଷକଙ୍କ ଚରିତ୍ର ପଞ୍ଜିକା ପ୍ରମାଣପତ୍ର (ସିସିଆର୍‌) ଏବଂ ସମ୍ପତ୍ତି ତାଲିକା ଆସିବା ପରେ ଏମାନଙ୍କୁ ଖାଲିଥିବା ପ୍ରଧାନଶିକ୍ଷକ ପଦବୀରେ ନିଯୁକ୍ତ କରାଯିବ। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ବଚ୍ଛ ରହିବ। କନିଷ୍ଠ ଶିକ୍ଷକଙ୍କ ପଦୋନ୍ନତି ନେଇ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ମଧ୍ୟରେ ବିଭିନ୍ନ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ବାରମ୍ବାର ଯାଞ୍ଚ ପରେ ନିର୍ଦ୍ଦେଶାଳୟ ପକ୍ଷରୁ ତାଲିକା ଜାରି କରାଯାଇଛି। ଆଗାମୀ ଦିନରେ ରାଜ୍ୟରେ ଖାଲିଥିବା ଶତାଧିକ ପ୍ରଧାନଶିକ୍ଷକ ପଦ ପୂରଣ କରାଯିବ ବୋଲି ସେ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme