Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କମିବ ଜାଡ଼ ପ୍ରକୋପ, ଶୀତରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

Posted on December 25, 2025

ରାଜ୍ୟରେ ଲାଗି ରହିବ ଶୀତ ପ୍ରକୋପ । ନୂଆବର୍ଷ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା ନାହିଁ । ଏପଟେ କୁହୁଡ଼ି ବଢ଼ିବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିବ । ଆସନ୍ତା ୬ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।

ଗୁରୁବାର ସକାଳ ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ବଲପୁର, ଢେଙ୍କାନାଳ, ସୁନ୍ଦରଗଡ଼, ସୋନପୁର, କନ୍ଧମାଳରେ ଘନ କୁହୁଡ଼ି ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ । ବଡ଼ଦିନ ଓ ଖ୍ରୀଷ୍ଟମାସ ଅବସରରେ ଗୁରୁବାର ରାତି ଓ ଶୁକ୍ରବାର ସକାଳେ ସମ୍ବଲପୁର, ଢେଙ୍କାନାଳ, ସୁନ୍ଦରଗଡ଼, ସୋନପୁର, କନ୍ଧମାଳର କେତେକ ସ୍ଥାନରେ ଘନ କୁହୁଡ଼ି ଆଶଙ୍କା ଅଛି । ସମ୍ବଲପୁର, ଜଗତସିଂହପୁର, ଢେଙ୍କାନାଳ, ସୁନ୍ଦରଗଡ଼, ସୋନପୁର, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବୌଦ୍ଧ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

୨୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଓ ଘନ କୁହୁଡ଼ି ଆଶଙ୍କା ରହିଛି । ମଙ୍ଗଳବାର ରାତିରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୬.୧, ସେମିଳିଗୁଡ଼ାରେ ୬.୬, ଝାରସୁଗୁଡ଼ା ୬.୮, ଦାରିଙ୍ଗିବାଡ଼ିରେ ୭.୫, ଜି.ଉଦୟଗିରିରେ ୮.୭, ନବରଙ୍ଗପୁର ୮.୯, ଫୁଲବାଣୀରେ ୯, କିରେଇ ୯.୩, ବୌଦ୍ଧ ୯.୭, ଚିପିଲିମା ୯.୯ ଡିଗ୍ରୀ ଥିଲା । ୧୦ଟି ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ କିମ୍ବା ତା’ଠାରୁ କମ୍ ଥିଲା । କଟକରେ ୧୩.୪, ଭୁବନେଶ୍ୱରରେ ୧୩.୬, ଖୋର୍ଦ୍ଧାରେ ୧୨ ଡିଗ୍ରୀ ଥିଲା । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୬.୬ ଓ ଝାରସୁଗୁଡ଼ାରେ ୫.୩ ଡିଗ୍ରୀ କମ୍ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme