Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କମିଲା ଶୀତ, ବଢ଼ିଲା ତାପମାତ୍ରା: ୪ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ହେବନି ବିଶେଷ ପରିବର୍ତ୍ତନ

Posted on January 22, 2026

ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା । ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪, ପାରାଦୀପରେ ୩୧.୪, ଭଦ୍ରକରେ ୩୧.୨, ପାରଳାଖେମୁଣ୍ଡିରେ ୩୧.୨, ଅନୁଗୁଳରେ ୩୧.୧, ଜଗତସିଂହପୁରରେ ୩୧ ଡିଗ୍ରୀ, ସମ୍ବଲପୁର ୩୦.୮, ପୁରୀ ୩୦.୭ ଡିଗ୍ରୀ ଥିଲା । ଅନ୍ୟପଟେ ରାତି ତାପମାତ୍ରା ବଢ଼ିଛି । ଗତ ୪ ଦିନ ଭିତରେ ଉପକୂଳରେ ରାତି ତାପମାତ୍ରା ୩ ଡିଗ୍ରୀ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ପାଇଛି ।

ମଙ୍ଗଳବାର ରାତିରେ ଜି.ଉଦୟଗିରି ତାପମାତ୍ରା ୫.୮, ସେମିଳିଗୁଡ଼ା ୭.୬, ଫୁଲବାଣୀ ୯ ଡିଗ୍ରୀ ଥିଲା । ପାଣିପାଗ ବିଭାଗର ଆକଳନ, ବର୍ତ୍ତମାନ ୪ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme