
ଧନତେରସ ପରେ କମିଲା ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୬୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୦,୬୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୦,୬୯୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୦,୮୪୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୦,୯୯୫ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୦,୦୦୪ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧,୯୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୦,୬୯୦ ଓ ୧,୧୯,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୭୨,୦୦୦ ଟଙ୍କା ହୋଇଛି ।

