ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୯,୯୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୦,୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୯,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୦,୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୦,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୯,୯୩୦ ଓ ୧,୧୯,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୮୭,୦୦୦ ଟଙ୍କା ହୋଇଛି ।
