
କମିଲା ସୁନା ,ବଢିଲା ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୨,୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୨,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୨,୨୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୨,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୨,୨୯୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୨,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୪୪୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୨,୮୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୧୨,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୨୨, ୨୯୦ ଓ ୧, ୧୨,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୭୦,୦୦୦ ଟଙ୍କା ହୋଇଛି ।
