
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୭,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୫,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୭,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୫,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୭,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୫,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୭,୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୫,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୮,୪୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୬,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୭,୨୮୦ ଓ ୧,୩୫,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୩,୧୫,୦୦୦ ଟଙ୍କା ହୋଇଛି ।
