Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାର୍ ଓଲଟି ଚାଲିଗଲା ୨ ଜଣଙ୍କ ଜୀବନ

Posted on November 13, 2025

ଇଟା ଭାଟିରେ କାମ ସାରି ଘରକୁ ଫେରୁଥିଲେ ୪ ସାଙ୍ଗ। ଭାରସାମ୍ୟ ହରାଇ ପୋଖରୀରେ ଓଲଟିଲା କାର୍। ଚାଲିଗଲା ୨ ଜଣଙ୍କ ଜୀବନ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଆଠଗଡପାଟଣାର ଗଙ୍ଗାପୁର ଠାରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତିମାନେ ନିଳାଞ୍ଚଳ ମହାପାତ୍ର ଓ ସନ୍ତୋଷ ମହାପାତ୍ର ବୋଲି ଜଣାପଡିଛି।

​​​​​
ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଚାରି ଜଣ ସାଙ୍ଗ ଇଟା ଭାଟିରେ କାମ ସାରି ଏକ କାର୍ ଯୋଗେ ଘରକୁ ଫେରୁଥିଲେ। ଆଠଗଡପାଟଣାର ଗଙ୍ଗାପୁର ଠାରେ କାର୍‌ଟି ଭାରସାମ୍ୟ ହରାଇ ଗାଁ ପୋଖରୀ ଭିତରେ ପଶି ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାର ଲୋକ ଏବଂ ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରେ ପହଞ୍ଚିଥିଲେ। ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ନିଳାଞ୍ଚଳ ମହାପାତ୍ର ଓ ସନ୍ତୋଷ ମହାପାତ୍ରଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କବିସୂର୍ଯ୍ୟନଗର ପୁଲିସ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (902)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme