Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାର୍ ଓଲଟି ଚାଲିଗଲା ୨ ଜଣଙ୍କ ଜୀବନ

Posted on November 13, 2025

ଇଟା ଭାଟିରେ କାମ ସାରି ଘରକୁ ଫେରୁଥିଲେ ୪ ସାଙ୍ଗ। ଭାରସାମ୍ୟ ହରାଇ ପୋଖରୀରେ ଓଲଟିଲା କାର୍। ଚାଲିଗଲା ୨ ଜଣଙ୍କ ଜୀବନ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଆଠଗଡପାଟଣାର ଗଙ୍ଗାପୁର ଠାରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତିମାନେ ନିଳାଞ୍ଚଳ ମହାପାତ୍ର ଓ ସନ୍ତୋଷ ମହାପାତ୍ର ବୋଲି ଜଣାପଡିଛି।

​​​​​
ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଚାରି ଜଣ ସାଙ୍ଗ ଇଟା ଭାଟିରେ କାମ ସାରି ଏକ କାର୍ ଯୋଗେ ଘରକୁ ଫେରୁଥିଲେ। ଆଠଗଡପାଟଣାର ଗଙ୍ଗାପୁର ଠାରେ କାର୍‌ଟି ଭାରସାମ୍ୟ ହରାଇ ଗାଁ ପୋଖରୀ ଭିତରେ ପଶି ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାର ଲୋକ ଏବଂ ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରେ ପହଞ୍ଚିଥିଲେ। ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ନିଳାଞ୍ଚଳ ମହାପାତ୍ର ଓ ସନ୍ତୋଷ ମହାପାତ୍ରଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କବିସୂର୍ଯ୍ୟନଗର ପୁଲିସ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme