
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୯୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୯୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୧,୯୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୮,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୨,୧୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୮,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୩,୨୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୯,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୧,୯୫୦ ଓ ୧,୪୮,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୩,୭୦,୦୦୦ ଟଙ୍କା ହୋଇଛି ।
