Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 କ୍ରାସ ହେଲା ବିମାନ, ୭ ଯାତ୍ରୀ ମୃତ

Posted on November 5, 2025

ଆମେରିକାର ଲୁଇସଭେଲି ବିମାନବନ୍ଦରରେ ଅଘଟଣ। ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହେଲା ଆମେରିକାର କାର୍ଗୋ ବିମାନ।  ଫଳରେ ୭ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ତେବେ ଘଟଣା ପରେ ତୁରନ୍ତ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ଲୁଇସଭେଲି ସ୍ଥିତ ମହମ୍ମଦ ଅଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଉଡାଣ ଭରିବା ପରେ ଏକ କାର୍ଗୋ ବିମାନ କ୍ରାସ୍ ହୋଇଯାଇଥିଲା । ଫଳରେ ହଠାତ ନିଆଁ ଲାଗିଯାଇଥିଲା । ଏନେଇ ତୁରନ୍ତ ବିମାନବନ୍ଦରକୁ ବନ୍ଦ କରାଯାଇ ମୃତାହତଙ୍କୁ ଉଦ୍ଧାର କରାଯାଇଥିଲା । କିନ୍ତୁ ଏହାରି ମଧ୍ୟରେ ୭ ଜଣ ପ୍ରାଣ ହରାଇ ସାରିଥିଲେ । ଏପରିକି ଆଗକୁ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ଅନୁମାନ କରାଯାଉଛି । ଫେଡେରାଲ ଆଭିଏସନର ସୂଚନା ଅନୁଯାୟୀ, କାର୍ଗୋ ଫ୍ଲାଇଟ୍ ୨୯୭୬ ହୋନୋଲୁଲୁ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା । ସ୍ଥାନୀୟ ସମୟ ଅନୁସାରେ ୫ ଟା ୧୫ରେ ହଠାତ ଏଥିରେ ନିଆଁ ଲାଗିଯାଇଥିଲା । ଏହାପରେ ବିମାନଟି ଦୁର୍ଘଟଣାର ଶିକାର ହୋଇଥିଲା । ବିମାନରେ ଅଧିକ ମାତ୍ରାରେ ଇନ୍ଧନ ଥିବା କୁହାଯାଉଛି। ତେଣୁ ଏଥିରେ ନିଆଁ ଲାଗିଯାଇଥିଲା । 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme