Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖବର ପାଲଟିଗଲେ ଖବରଦାତା, ଦୁର୍ଘଟଣାରେ ଚାଲିଗଲା ସାମ୍ବାଦିକାଙ୍କ ଜୀବନ

Posted on January 6, 2026

ଖବର ପାଲଟିଗଲେ ଖବରଦାତା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ସାମ୍ବାଦିକାଙ୍କ ଜୀବନ। ପୁରୀ- ଭୁବନେଶ୍ବର ଜମାଲପୁର ଛକ ନିକଟରେ ସାରଳା ନାମକ ଏକ ଘରୋଇ ବସ୍ ଧକ୍କାରେ ପ୍ରମେୟ ନ୍ୟୁଜ୍ ସେଭେନ୍‌ରେ କାର୍ଯ୍ୟରତ ଜଣେ ସାମ୍ବାଦିକା ଶିଲା ପଟ୍ଟନାୟକ ଓ ତାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଛି। ନ୍ୟୁଜ୍-୭ କାର୍ଯ୍ୟାଳୟରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁଯାୟୀ, ଆଜି ପିପିଲି ନିକଟ ଜମାଲପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ଜଣ ମହିଳା ଏକ ସ୍କୁଟର ଯୋଗେ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିଲେ । ପିପିଲି ମଙ୍ଗଳପୁର ଜମାଲପୁର ଛକ ନିକଟରେ ସାରଳା ନାମକ ଏକ ଘରୋଇ ବସ୍‌ଟି ସ୍କୁଟିକୁ ଧକ୍କା ଦେଇଥିଲା। ପରେ ସ୍କୁଟରଟିକୁ ପ୍ରାୟ ୨୦ରୁ ୩୦ମିଟର ଘୋଷାଡ଼ି ନେଇ ଯାଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ପରେ ତୁରନ୍ତ ଗୁରୁତର ମହିଳାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେତେବେଳେକୁ ବହୁ ବିଳମ୍ବ ହୋଇସାରିଥିଲା । ମେଡିକାଲ ନେବା ରାସ୍ତାରେ ଗୁରୁତର ମହିଳାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଦୁଇ ମହିଳାଙ୍କ ମଧ୍ୟରୁ ଜଣେ ପ୍ରମେୟ ନ୍ୟୁଜ୍-୭ ସାମ୍ବାଦିକା ଶିଲା ପଟ୍ଟନାୟକ ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍କୁଟି ଜବତ କରିଥିବା ବେଳେ ଫେରାର ଥିବା ସାରଳା ବସ୍ ଧରିବାକୁ ଉଦ୍ୟମ ଜାରି ରଖିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme