Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖରିଫ୍‌ ଧାନ ବିକିବାକୁ ୧୯.୬୮ ଲକ୍ଷ ଚାଷୀଙ୍କ ପଞ୍ଜୀକରଣ

Posted on November 24, 2025

ମଙ୍ଗଳବାରଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା। ବରଗଡ଼ରୁ ମଣ୍ଡିରେ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡିଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀ ପାଇଁ ମଣ୍ଡିଗୁଡ଼ିକରେ ଖାଦ୍ୟ, ପାନୀୟ ଓ ଶୌଚାଳୟ ଭଳି ବ୍ୟବସ୍ଥା ହୋଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କଟନୀଛଟନୀ ଉପରେ ନଜର ରହିବ। ବାହାର ରାଜ୍ୟରୁ କେମିତି ଧାନ ଆସିବ ନାହିଁ, ସେଥିପାଇଁ ଜିଲ୍ଲାପାଳମାନଙ୍କୁ ଧ୍ୟାନ ଦେବାକୁ କୁହାଯାଇଛି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ୨୦୨୪-୨୫ ଖରିଫ୍ ଋତୁରେ ଧାନ ବିକ୍ରି କରିବାକୁ ୧୭.୫୦ ଲକ୍ଷ ଚାଷୀ ପଞ୍ଜୀକରଣ କରିଥିଲେ । ମାତ୍ର ଏ ବର୍ଷ ୨ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିଥିବାରୁ ଏ ବର୍ଷ ଧାନ ସଂଗ୍ରହ ଟାର୍ଗେଟ୍ ବୃଦ୍ଧି କରାଯାଇଛି । ଉଭୟ ଖରିଫ ଓ ରବି ଋତୁ ପାଇଁ ୯୩ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି । ଖରିଫ୍ ଋତୁ ପାଇଁ ଖାଦ୍ୟ ଓ କ୍ରୟ ନୀତି ୨୦୨୫-୨୬ ଗତ ଅକ୍ଟୋବରରେ କ୍ୟାବିନେଟ୍ ବୈଠକରେ ଅନୁମୋଦନ ଲାଭ କରିଥିଲା । ଖରିଫ୍ ଧାନ କିଣା ସମୟ ୨୦୨୫ ନଭେମ୍ୱର ୧ରୁ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରହିଛି ।

ଛୋଟ ଚାଷୀ, ପ୍ରକୃତ ଚାଷୀ, ଭାଗ ଚାଷୀମାନଙ୍କଠାରୁ ଧାନ କିଣା ପାଇଁ ବିଶେଷ ଗୁରୁତ୍ୱ ରହିବ । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଧାନ କିଣାର ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ । ଧାନ ସଂଗ୍ରହ ପରିଚାଳନା ନେଇ ମାର୍ଗଦର୍ଶିକା ସମସ୍ତ ଜିଲ୍ଲାପାଳଙ୍କ ନିକଟକୁ ପଠାଯାଇଛି । ଧାନ ଚାଷ ହୋଇଥିବା ଅଞ୍ଚଳ ବାବଦରେ ସାଟେଲାଇଟ୍ ଯାଞ୍ଚ ସମସ୍ତ ଜିଲ୍ଲାରେ କରାଯାଇଛି । ଆଧାରଭିତ୍ତିକ ପ୍ରମାଣ ଜରିଆରେ ଚାଷୀଙ୍କର ଧାନ ସଂଗ୍ରହ ନେଇ ପ୍ରମାଣ କରାଯିବ । ଚାଷୀ ପଞ୍ଜୀକରଣ ପାଇଁ ଇ-କେୱାଇସି ବାଧ୍ୟତାମୂଳକ । ଧାନର ସହାୟକ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ଇନପୁଟ ସହାୟତା ମିଶାଇ ୩୧୦୦ ଟଙ୍କା ରହିଛି । ବିଭିନ୍ନ ଜିଲ୍ଲାରେ ଧାନ ସଂଗ୍ରହ କେଉଁ ତାରିଖରୁ ଆରମ୍ଭ ହେବ, ତାହା ଅମଳ ସ୍ଥିତିକୁ ଦେଖି ଜିଲ୍ଲାସ୍ତରର ଧାନ ସଂଗ୍ରହ କମିଟିରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ଚାଷୀମାନେ ଦେୟମୁକ୍ତ ନମ୍ୱର ୧୯୬୭ରେ ଧାନ କିଣା ବାବଦରେ ବୁଝିବା ସହ ଅଭିଯୋଗ ମଧ୍ୟ କରିପାରିବେ । ଧାନ କିଣା ସମୟରେ ଦୁଇଟି ପାଳିରେ ୩୦ଟି କଲ୍ ସେଣ୍ଟର ଓଡ଼ିଶା ଯୋଗାଣ ନିଗମ ମୁଖ୍ୟାଳୟରେ କାମ କରିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme