
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୧,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୧,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୧,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୧,୫୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୧,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୧,୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୧,୬୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୨,୨୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୨,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୧,୫୮୦ ଓ ୧,୧୧,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୨,୦୦୦ ଟଙ୍କା ହୋଇଛି ।
