
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮ ,୫୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୮ ,୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୫,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୮,୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୫,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୯,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୬,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୮,୫୧୦ ଓ ୧,୪୫,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୦,୦୦୦ ଟଙ୍କା ହୋଇଛି ।
