
ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ଅର୍ଥାତ ୧୩ ତାରିଖ ଦିନ ଉଦ୍ଯାପିତ ହେବ । ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି ।

