Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ପଡ଼ିଲା ନିଅଁ; ୩୦ ଜିଲ୍ଲାରେ ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ ।

Posted on January 8, 2026

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ସ୍ଥାପନ କରିଛନ୍ତି । ବାଣପୁରରୁ ପ୍ରାୟ ୩୦ ଜିଲ୍ଲାର ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ପଡ଼ିଛି । ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ଼ କରିବା ପାଇଁ ଖର୍ଚ୍ଚ ହେବ ୧୨ ହଜାର କୋଟି ଟଙ୍କା । ଆଗାମୀ ଚାରି ବର୍ଷ ଅର୍ଥାତ୍ ୨୦୨୫-୨୬ରୁ ୨୦୨୮-୨୯ ଆର୍ଥିକ ବର୍ଷରେ ସମସ୍ତ କାମ ସାରିବାକୁ ଲକ୍ଷ୍ୟ ରଖା ଯାଇଛି । ଏହି ବିଦ୍ୟାଳୟଗୁଡ଼ିକ ଗ୍ରାମପଞ୍ଚାୟତର ଏପରି ଏକ ଗାଁରେ ସ୍ଥାପିତ କରାଯିବ, ଯେଉଁଠାରେ ଅନୁନ୍ୟ ୫ ଏକର ଜମି ଉପଲବ୍ଧ ଥିବା ସହିତ ଗମନାଗମନର ସୁବିଧା ଥିବ । ପଞ୍ଚାୟତର ମଧ୍ୟସ୍ଥଳରେ ଅନ୍ୟୁନ ୫ ଏକର ଜମି ଉପଲବ୍ଧ ଥିବା ସର୍ବବୃହତ ଗ୍ରାମକୁ ପ୍ରାଥମିକତା ଦିଆଯିବ ।ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଜିଲ୍ଲାର ତିନୋଟି ସ୍କୁଲ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି। କାମାକ୍ଷାନଗରର କୋଟଗରା ଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନ୍ୟତମ ଅତିଥି ଭାବେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, କାମାକ୍ଷାନଗର ବିଧାୟକ ଶତୃଘନ ଜେନା, ଉପଜିଲ୍ଲାପାଳ ଦିନମଣି ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme