Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗ୍ୟାସ୍ ସିଲିଣ୍ଡର ଫାଟି ରକ୍ତମୁଖା ମଲାଡ୍; ୬ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ

Posted on January 27, 2026

ମୁମ୍ବାଇର ମଲାଡ ଅଞ୍ଚଳରେ ଆଜି ସକାଳୁ ଏକ ହୃଦୟବିଦାରକ ଦୁର୍ଘଟଣା ଘଟିଯାଇଛି। ମଲାଡ (ପଶ୍ଚିମ) ସ୍ଥିତ ମାଲବଣୀ ଅଞ୍ଚଳରେ ଥିବା ଭାରତ ମାତା ସ୍କୁଲ ନିକଟସ୍ଥ ଏକ ଘରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟି ୬ ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଏହାର ଶବ୍ଦ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଖେଳିଯାଇଥିଲା।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୨୫ ମିନିଟ ସମୟରେ ଏହି ଦୁର୍ଘଟଣା ଘଟିଥିଲା। ରୋଷେଇ ସମୟରେ ହଠାତ୍ ସିଲିଣ୍ଡରଟି ବିସ୍ଫୋରଣ ହେବା ଫଳରେ ଘରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବାସିନ୍ଦାମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିପଡିଥିଲେ ଏବଂ ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସମସ୍ତ ୬ ଜଣଙ୍କ ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ଜଣାପଡିଛି। ଖବର ପାଇ ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।

ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଜନିତ ଏହି ଦୁର୍ଘଟଣା ପ୍ରଥମ ନୁହେଁ। ମାତ୍ର କିଛି ଦିନ ପୂର୍ବରୁ ପୁଣେର ଦାଣ୍ଡେ ସହର ନିକଟସ୍ଥ ଏକ ହୋଟେଲରେ ମଧ୍ୟ ସମାନ ଘଟଣା ଘଟିଥିଲା। ସେଠାରେ ରୋଷେଇ ଘରେ ସିଲିଣ୍ଡର ଫାଟିବା ଯୋଗୁଁ ପ୍ରାୟ ୧୦ ଜଣ ହୋଟେଲ କର୍ମଚାରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ପଛାପଛା ଦୁର୍ଘଟଣା ଗ୍ୟାସ୍ ସିଲିଣ୍ଡର ବ୍ୟବହାର ଓ ସୁରକ୍ଷା ବ୍ୟବସ୍ଥା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme