Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘରକୁ ଘର ବୁଲି ଜନସଚେତନତା ସୃଷ୍ଟି କରିବ ବିଜୁ ଜନତା ଦଳ।

Posted on October 9, 2025

ଆଜିଠୁ ବିଜେଡିର ପଦଯାତ୍ରା । ଘରକୁ ଘର ବୁଲି ଜନସଚେତନତା ସୃଷ୍ଟି କରିବ ବିଜୁ ଜନତା ଦଳ । ବିଜେପି ସରକାର ବିରୋଧରେ ମାଳ ମାଳ ପ୍ରସଙ୍ଗ । ଫେଲ ମାରିଛି ନିର୍ବାଚନୀ ପ୍ରତିଶୃତି । ନାରୀ ନିର୍ଯାତନା ସାଙ୍ଗକୁ ବିପର୍ଯ୍ୟସ୍ତ ହେଲାଣି ଆଇନଶୃଙ୍ଖଳା ।

ଓଡ଼ିଆ ଅସ୍ମିତା ଓ ପରିବର୍ତ୍ତନର ନାରା ଦେଇ ସରକାରକୁ ଆସିଥିବା ବିଜେପି, ବିକାଶ ବନ୍ଦ କରି ଦେଇଥିବା ଅଭିଯୋଗ କରିଛି ବିଜେଡି । ଯାହା ବିକାଶ ହୋଇଥିଲା ନବୀନଙ୍କ ସମୟରେ । ବିଜେପି ପରିବର୍ତନ କଥା କହିଥିଲା । ରଙ୍ଗ ଓ ନାଁ ପରିବର୍ତ୍ତନ କରୁଛନ୍ତି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ପରିବର୍ତନ କରିଛନ୍ତି । BSKY ପରିବର୍ତ୍ତନ କରି ରୋଗୀଙ୍କୁ ହଇରାଣ କରିଛନ୍ତି । ସବୁ ମେଡିକାଲରେ ଡାକ୍ତର, ସବୁ ସ୍କୁଲରେ ଶିକ୍ଷକ ନିଯୁକ୍ତି କଥା କହିଥିଲେ, କିନ୍ତୁ କଲେନି । ନବୀନ ସରକାରଙ୍କ ସମୟର କାମ ବି ବନ୍ଦ କରି ଦେଲେ । ଦୁଇ କୋଟି ଚାକିରୀ କଥା କହିଥିଲେ । ଏବେ ପକୋଡ଼ି ବିକିବାକୁ ଚାକିରୀ କହୁଛନ୍ତି । ନିଜ କୁଜି ନେତାଙ୍କୁ ଥଇଥାନ କରିବାକୁ ଯୋଜନା ହେଉଛି । ପଦଯାତ୍ରାରେ ବିଜେଡି ବିଜେପିର ମୁଖା ଖୋଲିବ ବୋଲି କହିଛି ଦଳ । ଗୋପବନ୍ଧୁ ଜୟନ୍ତୀରୁ ୧ ମାସ ପର୍ଯ୍ୟନ୍ତ ଚାଲିବ ପଦଯାତ୍ରା । ଏଥିରେ ବିଜେଡିର ସମସ୍ତ ଛାମୁଆ ସଂଗଠନ ଯୋଗ ଦେବେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme