Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…

Posted on January 16, 2026

ଚାକିରି ଆଶାୟୀ ସରକାରୀ କର୍ମଚାରୀଙ୍କୁ ବଡ଼ ଆଶ୍ବସ୍ତି । GA & PG  ବିଭାଗ ଅଧୀନରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଅନ୍ୟତ୍ର ଚାକିରି ଆବେଦନ ପାଇଁ ବାରମ୍ବାର NOC ମାଗିବାକୁ ପଡ଼ିବ ନାହିଁ । ଏଣିକି ସମସ୍ତ କର୍ମଚାରୀଙ୍କ ପାଇଁ ଏକ ଷ୍ଟାଣ୍ଡିଂ ପରମିସନ୍ ବା ସ୍ଥାୟୀ ଅନୁମତି ପ୍ରଦାନ କରିଛନ୍ତି । ଏହି ନିର୍ଦ୍ଦେଶନାମା ବଳରେ କର୍ମଚାରୀମାନେ UPSC, OPSC, SSB, OSSC ଏବଂ OSSSC ଭଳି ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ସିଧାସଳଖ ଆବେଦନ କରିପାରିବେ । ପୂର୍ବରୁ ପ୍ରତି ଥର ଆବେଦନ ପାଇଁ ପୃଥକ ଭାବେ NOC ନେବା ପ୍ରକ୍ରିୟା ଥିଲା । ଏହା ବେଶ୍ ସମୟ ସାପେକ୍ଷ ମଧ୍ୟ ଥିଲା। ରୁଟିନ୍ କାମରେ ଅନାବଶ୍ୟକ ଫାଇଲ୍ କାମ ବଢ଼ୁଥିଲା।

ଯେଉଁ କର୍ମଚାରୀମାନେ ଚାକିରିରେ ଥାଇ ନିଜ ଭବିଷ୍ୟତକୁ ଆଗକୁ ନେବା ଲାଗି ସରକାରୀ ପରୀକ୍ଷା ଦେବାକୁ NOC  ପାଇଁ ଦୀର୍ଘ ସମୟ ଅପେକ୍ଷା କରୁଥିଲେ, ଏହି ନିୟମରେ ପରିବର୍ତ୍ତନ କରାଯାଇଛି। ଆଶାୟୀ କର୍ମଚାରୀମାନେ କିଛି ପରୀକ୍ଷା ଦେବାକୁ ଚାହୁଛନ୍ତି, ତେବେ ସେମାନେ ପରୀକ୍ଷା ପାଇଁ ତାଙ୍କ ସରକାରୀ କାର୍ଯ୍ୟ ଏବଂ ଦାୟିତ୍ୱରେ ଅବହେଳା କରିୁପାରିବେ ନାହିଁ । ପରୀକ୍ଷା ଦେବା ସମୟରେ ଉପରିସ୍ଥ ଅଧିକାରୀଙ୍କ ନିକଟରୁ ଛୁଟି ମଞ୍ଜୁରୀ ଏବଂ ମୁଖ୍ୟାଳୟ ଛାଡ଼ିବା ଅନୁମତି ନେବା ବାଧ୍ୟତାମୂଳକ । ପରୀକ୍ଷା ଦେବା ପୂର୍ବରୁ ଆଡ୍‌ମିଟ୍‌ କାର୍ଡ କିମ୍ବା ଅନ୍ୟ ସମ୍ବନ୍ଧିତ କାଗଜପତ୍ର ଦେଖାଇବେ । ନୂଆ ଚାକିରିରେ ଚୟନ ହେବା ପରେ, ବର୍ତ୍ତମାନର ପଦବୀରୁ ଅବ୍ୟାହତି ପାଇବା ପାଇଁ ବିଧିବଦ୍ଧ ଭାବେ ବିଭାଗର ଅନୁମତି ଲୋଡ଼ା ଜରୁରୀ । କିନ୍ତୁ ସରକାର ଚାହିଁଲେ କୌଣସି କର୍ମଚାରୀଙ୍କୁ ରିଲିଭ୍ କରିବାକୁ ଅଗ୍ରାହ୍ୟ ମଧ୍ୟ କରିପାରନ୍ତି ବୋଲି ବିଜ୍ଞପ୍ତିରେ କୁହାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme