Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଛତିଶଗଡରେ ଭୟାବହ ଟ୍ରେନ୍ ଦୁର୍ଘଟଣା, ୧୧ ମୃତ, ୨୪ରୁ ଅଧିକ ଆହତ

Posted on November 5, 2025

ଛତିଶଗଡର ବିଳାସପୁର ଜିଲ୍ଲାର ଲାଲଖଦାନ ଷ୍ଟେସନ ନିକଟରେ ଘଟିଛି ଭୟାବହ ଟ୍ରେନ୍ ଦୁର୍ଘଟଣା। କୋର୍ବା ଯାତ୍ରୀବାହୀ ଟ୍ରେନ୍ ଓ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାରୁ ଏପର୍ଯ୍ୟନ୍ତ ୧୧ ଜଣଙ୍କ ମୃତ୍ୟୁ ଓ ୨୪ରୁ ଅଧିକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।

ଖବର ଅନୁଯାୟୀ, ବିଳାସପୁରରୁ କୋର୍ବା ଯାଉଥିବା ଯାତ୍ରୀବାହୀ ଟ୍ରେନ୍ ବିପରୀତ ଦିଗରୁ ଆସୁଥିବା ମାଲବାହୀ ଟ୍ରେନ୍‌ କୁ ଧକ୍କା ଦେଇଥିଲା । ଧକ୍କାର ଘାତ ଏତେ ଭୟାବହ ଥିଲା ଯେ ଯାତ୍ରୀବାହୀ ଟ୍ରେନ୍‌ର କିଛି ବଗି ମାଲବାହୀ ଟ୍ରେନ୍‌ର ଉପରେ ଚଢ଼ିଗଲା ଓ ମାଲବାହୀ ଟ୍ରେନ୍‌ର ଏକାଧିକ ବଗି ଲାଇନଚ୍ୟୁତ ହୋଇଥିଲା।

ଦୁର୍ଘଟଣା ପରେ ରେଳ ଅଧିକାରୀ ଓ ସ୍ଥାନୀୟ ପ୍ରଶାସନ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଘଟଣା ପରେ ଏହି ରୁଟରେ ଚଳାଚଳ କରୁଥିବା ବହୁ ଟ୍ରେନ ବାତିଲ ଓ ମାର୍ଗ ପରିବର୍ତ୍ତନ କରାଯାଇଛି। ଦୁର୍ଘଟଣାର ତଦନ୍ତ ପାଇଁ ରେଳବାଇ ନିରାପତ୍ତା କମିସନ ନିଯୁକ୍ତ ହୋଇଛି। ମୃତ ଓ ଆହତ ଯାତ୍ରୀମାନଙ୍କ ପରିବାର ପାଇଁ ରେଳବାଇ ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme