Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାଡ଼ରେ ଥରହର ସାରା ଓଡ଼ିଶା, ୧୦ ଡିଗ୍ରୀ ତଳେ ୧୫ ସ୍ଥାନର ପାରଦ

Posted on December 30, 2025

ଦେହ, ହାତ କାଲୁଆ କରି ପକାଉଥିଲା । ପଦାକୁ ବାହାରିଲେ ଥରାଇ ଦେଉଥିଲା । ରାଜ୍ୟର ଅଧିକାଂଶ ସ୍ଥାନରେ ଅସମ୍ଭାଳ ଶୀତ ହେଉଥିଲା । ନୂଆବର୍ଷରେ ବି ଶୀତ ଅସହ୍ୟ ହେବ । ପାଣିପାଗ ବିଶେଷଜ୍ଞ ଏଭଳି ଆକଳନ କରିଛନ୍ତି । ରବିବାର ୧୫ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ଥିଲା । ୩.୬ ଡିଗ୍ରୀରେ ଥରିଥିଲା ଓଡ଼ିଶା । ସେମିଳିଗୁଡ଼ାରେ ୫.୨, ଫୁଲବାଣୀରେ ୫.୫, ଦାରିଙ୍ଗବାଡ଼ିରେ ୬, କୋରାପୁଟରେ ୬.୪, ଝାରସୁଗୁଡ଼ାରେ ୬.୫, ରାଉରକେଲାରେ ୭, ଅନୁଗୁଳରେ ରାତି ତାପମାତ୍ରା ୮ ଡିଗ୍ରୀ ଥିଲା । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୫.୬ ଡିଗ୍ରୀ କମ୍ ରହିଥିଲା । ଝାରସୁଗୁଡ଼ାରେ ସ୍ୱାଭାବିକଠାରୁ ୪.୮, ଫୁଲବାଣୀରେ ୧.୮, କଟକରେ ୧.୫, ଭବାନୀପାଟଣାରେ ୧.୪ ଓ ଗୋପାଳପୁରରେ ସ୍ୱାଭାବିକଠାରୁ ୧ ଡିଗ୍ରୀ କମ୍ ରହିଥିଲା । ଝାରସୁଗୁଡ଼ାରେ ଡିସେମ୍ବର ମାସର ଚତୁର୍ଥ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି ।

ମଙ୍ଗଳବାର ରାତିରେ ଫୁଲବାଣୀ ଓ କୋରାପୁଟରେ ପାରଦ ୭ ଡିଗ୍ରୀ ରହିବ । ଅନୁଗୁଳ ଓ ରାଉରକେଲାରେ ୮ ଡିଗ୍ରୀ, ନବରଙ୍ଗପୁରରେ ୯ ଡିଗ୍ରୀ, ସୋନପୁର, ବଲାଙ୍ଗିର ଓ ସୁନ୍ଦରଗଡ଼ରେ ୧୦ ଡିଗ୍ରୀ ରହିପାରେ । ନୂଆବର୍ଷ ଦିନ ବା ୧ ତାରିଖରେ ଫୁଲବାଣୀରେ ରାତି ତାପମାତ୍ରା ୮ଡିଗ୍ରୀ, ଅନୁଗୁଳ, ରାଉରକେଲା ଓ କୋରାପୁଟରେ ୯ ଡିଗ୍ରୀ ରହିପାରେ । ନବରଙ୍ଗପୁରରେ ୧୦ ଡିଗ୍ରୀ, ବଲାଙ୍ଗିର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ୧୧ ଡିଗ୍ରୀ ରହିପାରେ ।

ବୁଧବାର ସୁନ୍ଦରଗଡ଼, କନ୍ଧମାଳ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଘନରୁ ଅତି ଘନ କୁହୁଡ଼ି ଦେଖା ଦେଇପାରେ । ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟ ମଧ୍ୟମ ଧରଣର କୁହଡ଼ି ରହିବ । ୧ ତାରିଖରେ ସୁନ୍ଦରଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ଅତି କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme