
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୫୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୮୮୦ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୫୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୬,୦୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୪,୭୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୬,୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୫,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୫,୮୮୦ ଓ ୧,୨୪,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୦,୦୦୦ ଟଙ୍କା ହୋଇଛି ।
