Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାପାନରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୭୦ରୁ ଅଧିକ କୋଠା

Posted on November 19, 2025

ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୭୦ରୁ ଅଧିକ କୋଠା ନଷ୍ଟ ହୋଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟା ପ୍ରାୟ ୫.୪୫ ସୁଦ୍ଧା ଏପରି ଘଟଣା ଦେଖିବାକୁ ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବାରେ ସଫଳ ହୋଇଛନ୍ତି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ବର୍ତ୍ତମାନ ସୁଦ୍ଧା ନିଖୋଜ ଥିବା ଜଣାପଡିଛି ।

ସୂଚନାନୁଯାୟୀ, ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ପ୍ରବଳ ପବନ ଯୋଗୁଁ ନିଆଁ ତୀବ୍ର ଭାବେ ବ୍ୟାପିଯାଇଥିଲା । ଯାହାଫଳରେ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା । ନିଆଁ ବ୍ୟାପିବାରୁ ୧୭୦ରୁ ଅଧିକ କୋଠା ଏଥିରେ ନଷ୍ଟ ହୋଇଯାଇଛି । ଏହାରି ମଧ୍ୟରେ ଜଣେ ସ୍ଥାନୀୟ ଲୋକ ଜରୁରୀକାଳୀନ ପରିସ୍ଥିତି ପାଇଁ ଡାକ ଦେଇଥିଲେ । ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନ୍ତର କରିଥିଲେ । ଏଥିରେ ଜଣେ ୭୦ ବର୍ଷୀୟ ବୃଦ୍ଧ ନିଖୋଜ ରହିଛନ୍ତି । କିନ୍ତୁ ଏବେ ପର୍ଯ୍ୟନ୍ତ ତାଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme