Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାରି ରହିବ ଶୀତ ଲହରି, ସାମାନ୍ୟ ବଢ଼ିପାରେ ରାତି ତାପମାତ୍ରା

Posted on December 22, 2025

ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍‌ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ ପବନର ବେଗ ସାମାନ୍ୟ କମିପାରେ । କିନ୍ତୁ ଶୀତର ପ୍ରକୋପରେ ବେଶି ପରିବର୍ତ୍ତନ ଆସିବନି, ଏହା ଜାରି ରହିବ । ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ । ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ଆକଳନ କରିଛନ୍ତି । 

ଡ. ସାହୁ କହିଛନ୍ତି, ବାୟୁମଣ୍ଡଳରେ ଜଳୀୟବାଷ୍ପ ନଥିବାରୁ ଶୀତ ଅଧିକ ହେଉଥିଲା । ଏବେ ସମୁଦ୍ରରୁ ସ୍ଥଳଭାଗକୁ ଅଧିକ ଜଳୀୟବାଷ୍ପ ଆସିବ । ଫଳରେ ଅଳ୍ପ କିଛି ସ୍ଥାନରେ ଶୀତର ପ୍ରକୋପ ସାମାନ୍ୟ କମିବ । ସେପଟେ ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ଓ ଶୀତ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାର ଫୁଲବାଣୀରେ ୬ ଡିଗ୍ରୀ, କୋରାପୁଟରେ ୭, ବୌଦ୍ଧ ଓ ନବରଙ୍ଗପୁରରେ ୮ଡିଗ୍ରୀ ରହିପାରେ ବୋଲି ଆକଳନ କରାଯାଇଛି । ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍‌ ଶୀତ ହେବ । ଏଠାରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗର ଆକଳନରୁ ଜଣାପଡ଼ିଛି । ଶନିବାର ଜି. ଉଦୟଗିରିରେ ପାରଦ ସବୁଠୁ କମ୍‌ ୫.୬ ଡିଗ୍ରୀ ରେକର୍ଡ ହୋଇଥିଲା । ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୭ ଡିଗ୍ରୀ ରହିଥିଲା । ଅନୁଗୁଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩.୯ ଡିଗ୍ରୀ କମ୍‌ ରହିଥିଲା । କୋରାପୁଟରେ ସ୍ୱାଭାବିକଠାରୁ ୩.୬ ଡିଗ୍ରୀ, ଭବାନୀପାଟଣା ଓ ଝାରସୁଗୁଡ଼ାରେ ୨.୧ ଡିଗ୍ରୀ କମ୍‌ ରହିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme