Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜୈସଲମୈରରେ ଯାତ୍ରୀବାହୀ ବସରେ ଲାଗିଲା ନିଆଁ, ୧୦ରୁ ଅଧିକ ଯାତ୍ରୀ ମୃତ

Posted on October 15, 2025

ରାଜସ୍ଥାନର ଯୋଧପୁର ରାଜପଥରେ ବସ୍ ଜଳିଯିବା ଘଟଣାରେ ୨୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଗୁରୁତର ହୋଇଛନ୍ତି । ଗତକାଲି ଜୈସଲମେର-ଯୋଧପୁର ରାଜପଥରେ ଥାୟତ ଗାଁ ନିକଟରେ ଜାତୀୟ ରାଜପଥରେ ଏସି ବସରେ ହଠାତ ନିଆଁ ଲାଗିଯାଇଥିଲା । ଏଥିରେ ୨୦ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ବସରେ ଥିଲେ ମୋଟ ୫୭ ଯାତ୍ରୀ । ଗୁରୁତର ୧୬ ଜଣଙ୍କ ଆହତଙ୍କ ମଧ୍ୟରେ ଅଛନ୍ତି ୩ ଶିଶୁ ଓ ୪ ମହିଳା । ଗୁରୁତର ଆହତଙ୍କୁ ଏୟାରଲିଫ୍ଟ କରି ଯୋଧପୁରର ମହାତ୍ମା ଗାନ୍ଧୀ ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି । ଅଧିକାଂଶ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।

ପ୍ରତ୍ୟକ୍ଷଦର୍ଶୀମାନଙ୍କ କହିବା ଅନୁସାରେ, ବସଟ ଜୈସଲମେର୍‌ରୁ ଯୋଧପୁରକୁ ନିର୍ଦ୍ଧାରିତ ସମୟସୂଚୀ ଅନୁଯାୟୀ ଯାତ୍ରା କରୁଥିବା ସୟମରେ ବସ୍‌ର ପଛ ଭାଗରୁ ଆକସ୍ମିକ ଭାବେ ନିଆଁ ଲାଗିଯାଇଥିଲା । ଏବଂ କିଛି ମିନିଟ୍ ମଧ୍ୟରେ ପୂରା ବସ୍ ଜଳିଯାଇଥିଲା । ଜୀବନ ବଞ୍ଚାଇବା ପାଇଁ କବାଟ ଓ ଝରକା ଦେଇ ବାହାରିବାକୁ ଉଦ୍ୟମ କରିଥିଲେ ଯାତ୍ରୀ । କିନ୍ତୁ ଅଧିକାଂଶ ବିଫଳ ହୋଇଥିଲେ । ଖବର ପାଇ ନିକଟସ୍ତ ଗ୍ରାମବାସୀ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ପ୍ରାଥମିକ ତଦନ୍ତରୁ ବସ୍‌ରେ ସଟ୍ ସର୍କିଟ୍ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme