Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଡମ୍ପରକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ଚାଳକ

Posted on October 17, 2025

ରାସ୍ତା କଡ଼ରେ ଠିଆ ହୋଇଥିବା ଡମ୍ପରକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ କୋଇଲା ବୋଝେଇ ଟ୍ରକ୍‌ର ଡ୍ରାଇଭର । ବାସୁଦେବପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଭଦ୍ରକ ଜିଲ୍ଲା ବାସୁଦେବପୁର ବେତଡା ରାସ୍ତାର ବିଷ୍ଣୁବିନ୍ଧା ଛକ ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଗୁରୁବାର ମଧ୍ୟରାତିରେ ବାସୁଦେବପୁର ବେତଡା ରାସ୍ତାର ବିଷ୍ଣୁବିନ୍ଧା ଛକ ନିକଟରେ ରାସ୍ତା କଡ଼ରେ ଏକ ଡମ୍ପର ଛିଡା ହୋଇଥିଲା । ଡମ୍ପରକୁ ଏକ କୋଇଲା ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା । ଡମ୍ପରଟିକୁ କୋଇଲା ବୋଝେଇ ଟ୍ରକ୍‌ଟି ପ୍ରାୟ ୩୦ ମିଟର ଘୋଷାଡ଼ି ରାସ୍ତା ପାଖରେ ଥିବା ବିଦ୍ୟୁତ ଖୁଣ୍ଟରେ ପିଟି ଦେଇଥିଲା । ସୌଭାଗ୍ୟବଶତଃ ଡମ୍ପର ଚାଳକ ଗାଡ଼ିରେ ନଥିବା ବେଳେ କୋଇଲା ବୋଝେଇ ଟ୍ରକର ଡ୍ରାଇଭର ଅଳ୍ପକେ ବର୍ତ୍ତିଯାଇଛନ୍ତି । ଏସମ୍ପର୍କରେ ଖବରପାଇ ବାସୁଦେବପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚିବା ବେଳକୁ କୋଇଲା ବୋଝେଇ ଟ୍ରକ୍‌ର ଚାଳକ ଓ ହେଲପର ଗାଡି ଛାଡି ଚମ୍ପଟ ମାରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme