Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଡାଲି ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ଡ୍ରାଇଭର ଗୁରୁତର

Posted on October 9, 2025

 କଟକ ମାଲଗୋଦାମଠାରେ ଏକ ଡାଲି ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ । ନିଆଁ ଲାଗିବା କାରଣରୁ ଟ୍ରକ୍ କ୍ୟାବିନ୍ ଭିତରେ ଶୋଇବା ଥିବା ଚାଳକ ଗୁରୁତର ହୋଇଛନ୍ତି । ଅକ୍ଳାନ୍ତ ପରିଶ୍ରମ କରି ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି ।

ସୂଚନା ମୁତାବକ, କଲିକତାରୁ ଏକ ଟ୍ରକ୍‌ ଡାଲି ବୋଝେଇ କରି କଟକ ମାଲଗୋଦାମ ଅଭିମୁଖେ ବାହାରିଥିଲା। ଗୁରୁବାର ସକାଳ ୫ଟାରେ ଟ୍ରକ୍‌ଟି ଡାଲି ବୋଝେଇ କରି ମାଲଗୋଦାମଠାରେ ଠିଆ ହୋଇଥିବା ବେଳେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଏହା ଦେଖି ଲୋକମାନେ ସଙ୍ଗେ ସଙ୍ଗେ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। କିଛି ସମୟ ମଧ୍ୟରେ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଆଉ ଗୋଟିଏ ଅଗ୍ନିଶମ ଗାଡ଼ି ବକ୍ସି ବଜାର ପହଞ୍ଚି ଥିଲା। ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ। ଟ୍ରକ୍ କ୍ୟାବିନ୍ ଭିତରେ ଶୋଇବା ଥିବା ଚାଳକ ଗୁରୁତର ହୋଇଥିବାରୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ କଟକ ଏସ୍‌ସିବି ମେଡ଼ିକାଲକୁ ପଠାଇ ଥିଲେ। ଏସମ୍ପର୍କରେ ଖବର ପାଇଁ ଗାଡ଼ି ମାଲିକ ଘଟଣା ସ୍ଥଳରେ ପହଁଞ୍ଚି ଥିଲେ। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme