Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଡିଭାଇଡରରେ ପିଟିହୋଇ ଓଲଟିଲା ଅଟୋ, ଜଣେ ମୃତ

Posted on December 25, 2025

 ଘନ କୁହୁଡ଼ି ଯୋଗୁଁ  ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଥାନା ଅଧିନସ୍ଥ ବାଇପାସ୍ ଛକ ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ଦୁର୍ଘଟଣା ।  ଡିଭାଇଡରରେ ପିଟିହୋଇ ଓଲଟିଲା ଅଟୋ। ଫଳରେ ଜଣଙ୍କ ମୃତ୍ୟୁ ହୋଇ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ।

ସୂଚନା ମୁତାବକ, ଅନୁଗୋଳ ଅଞ୍ଚଳର ୬ ଯୁବକ ଏକ ଅଟୋ ଯୋଗେ ଚିଲିକା ବୁଲିବାକୁ ଯାଉଥିଲେ । ଘନ କୁହୁଡ଼ି ଯୋଗୁଁ ରାସ୍ତା ଦେଖାଯାଇ ନଥିଲା । ଫଳରେ ରୋଡ୍ ଡିଭାଇଡରରେ ପିଟିହୋଇ  ଅଟୋ ଓଲଟି ପଡିଥିଲା । ଏହି ସମୟରେ ଅଟୋରୁ ଜଣେ ଯାତ୍ରୀ ରାସ୍ତାରେ ଛିଟିକି ପଡିଥିଲେ । ପଛପଟୁ ଦ୍ରୁତ ଗତିରେ ଆସୁଥିବା ପିକ୍-ଅପ୍ ଭ୍ୟାନ୍ ଯାତ୍ରୀ ଜଣକୁ ଚାପିଦେଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହେଲା । ଅନ୍ୟପଟେ  ଅଟୋରେ ଥିବା ଅନ୍ୟ ଯାତ୍ରୀମାନେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତମାନଙ୍କୁ ପ୍ରଥମେ ଟାଙ୍ଗୀ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଆହତଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁଁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme