Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ରେ ଓଡ଼ିଶା ପୋଲିସ ପକ୍ଷରୁ ଉପଖଣ୍ଡ ସ୍ତରୀୟ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

Posted on November 13, 2025

ଓଡ଼ିଶା ପୋଲିସ ପକ୍ଷରୁ ଉପଖଣ୍ଡ ସ୍ତରୀୟ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ତାଳଚେର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ବିରାଟ ରାଲି ତାଳଚେର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ତାଳଚେର କଲେଜ ପଡିଆ ଠାରେ ପହଞ୍ଚିଥିଲା । ସେଠାରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ , ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ , ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗଦେଇ ସାଇବର କ୍ରାଇମ୍ କୁ କିଭଳି ରୋକାଯାଇ ପାରିବ ସେ ସମ୍ପର୍କରେ ଉପସ୍ଥିତ ଅତିଥି , କଲେଜ ଏବଂ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଦିଗଦର୍ଶନ ପ୍ରଦାନ କରିଥିଲେ । ବିଭିନ୍ନ ପ୍ରକାର ଲୋକକଳା ଯେପରିକି ପାଲା , ନାଟକ , କମେଡି ଇତ୍ୟାଦି ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଥିଲା । ତାଳଚେର ଉପଖଣ୍ଡ ଆରକ୍ଷୀ ଅଧିନସ୍ତ ସମସ୍ତ ଥାନାର ଅଧିକାରୀ ଏବଂ ପୋଲିସ କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ହାସ୍ୟ ଅଭିନେତା ଶଙ୍କର ଏବଂ ପ୍ରଜ୍ଞା ସାଇବର ଠକ ଏବଂ ପୋଲିସ ଭୂମିକାରେ କମେଡି କରି ସଚେତନତାର ବାର୍ତାକୁ ବାଣ୍ଟିଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme