Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

Posted on January 7, 2026

ଅନୁଗୁଳ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟ‌ାଳୟ ପକ୍ଷରୁ ଆଜି ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅନୁଗୁଳ ଏଡିଏମ୍‌ ଉଦୟ କୁମାର ମହାପାତ୍ର, ତାଳଚେର ଉପଜିଳ୍ଲାପାଳ ସମିର କୁମାର ଜେନା, ତାଳଚେର ସରକାରୀ ଆଇଟିଆଇର ଅଧ୍ୟକ୍ଷ ଜଗଜୀବନ ମହାରଣା, ତାଳଚେର କଲେଜ ଅଧ୍ୟକ୍ଷ ମେଜର ସୁବ୍ରତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ନିଯୁକ୍ତି ମେଳାରେ ଅନୁଗୁଳ ଜିଲ୍ଲାର ସମସ୍ତ ବ୍ଲକ ଏବଂ ସହରାଞ୍ଚଳର ପଞ୍ଚମ ପାସ ଠାରୁ ଆରମ୍ଭ କରି ଯୁକ୍ତ ୩, ଆଇଟିଆଇ, ଡିପ୍ଲୋମ ଏବଂ ଡିଗ୍ରୀଧାରୀ ପାସ କରିଥିବା ପ୍ରାର୍ଥିପ୍ରାର୍ଥିନିମାନେ ଅଂଶ ଗ୍ରହଣ କରିଥିଲେ। ଉକ୍ତ ନିଯୁକ୍ତି ମେଳାରେ ଜିଲ୍ଲା ତଥା ରାଜ୍ୟ ଏବଂ ରାଜ୍ୟ ବାହାରୁ ଆସିଥିବା ବିଭିନ୍ନ ନିଯୁକ୍ତି ପ୍ରଦାନକାରୀ ଘୋରଇ ସଂସ୍ଥା ଗୁଡ଼ିକର ନିଯୁକ୍ତି ଦାତା ଓ ଦକ୍ଷତା ବିକା‌ଶ ତାଲିମ ପ୍ରଦାନ କାରୀ ସଂସ୍ଥାମାନେ ଯୋଗ ଦେଇଥିଲେ। ଏଥି ସହିତ ଅନୁଗୁଳ ଜିଲ୍ଲାର ଆଖପାଖରେ ଗଢ଼ି ଉଠିଥିବା ଶିଳ୍ପାନୁଷ୍ଠାନ ମାନଙ୍କରେ ରହିଥିବା ଭେଣ୍ଡର ଗୁଡ଼ିକ ଦ୍ବାରା ପରୋକ୍ଷରେ ନିଯୁକ୍ତି ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଥିଲା। ଯାହାକି ଆଜି ୪୦ ଜଣ ତାଲିମ ପ୍ରାପ୍ତ ଯୁବକଯୁବତୀଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଥିବା ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଦେବାଶିଷ ସାହୁ କହିଛନ୍ତି। ଏହି ନିଯୁକ୍ତି ମେଳାରେ ୧୫ ଶହରୁ ଅଧିକ ଯୁବକଯୁବତୀ ଯୋଗଦେଇଥିବା ଜଣା ପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme